ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ନରେନ୍ଦ୍ର ମୋଦି , ମହିଳାଙ୍କ ଆକାଉଣ୍ଟକୁ ଗଲା ୫୦୦୦ ଟଙ୍କା…
1 min readଜନ୍ମଦିନରେ ବହୁ ପ୍ରତିକ୍ଷିତ ସୁଭଦ୍ରାର ଶୁଭାରମ୍ଭ କରିଲେ ନରେନ୍ଦ୍ର ମୋଦି । ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଜନତା ମଇଦାନରେ ସ୍ବତନ୍ତ୍ର ଉତ୍ସବରେ ଶୁଭାରମ୍ଭ କରିଲେ ନରେନ୍ଦ୍ର ମୋଦି । ଯୋଜନାର ଶୁଭାରମ୍ଭ ହେବା ସହିତ ବ୍ୟାଙ୍କ୍ ଆକାଉଣ୍ଟକୁ ଗଲା ସୁଭଦ୍ରା ଯୋଜନାର ଟଙ୍କା । ଆଜି ନିଜ ଜନ୍ମଦିନରେ ଓଡ଼ିଶା ଆସି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ଏଥିପାଇଁ ରାଜଧାନୀର ଜନତା ମୈଦାନରେ କରାଯାଇଥିଲା ଭବ୍ୟ ଆୟୋଜନ। ପ୍ରଧାନମନ୍ତ୍ରୀ ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚି ସିଧା ଗାଡ଼କଣ ଗାଁକୁ ଯାଇଥିଲେ । ସେଠାରେ ଗାଡକଣ ଗାଁରେ ପିଏମ୍ ଆବାସ ହିତାଧୀକାରୀଙ୍କ ସହ ଆଲୋଚନା କରିଥିଲେ ପ୍ରଧାନମନ୍ତ୍ରୀ ମୋଦି। ଏହାସହ ଗୋଠପାଟଣା ସ୍ପୋର୍ଟସ ଭ୍ୟାଲିର ବି ଶିଳାନ୍ୟାସ କରିଥିଲେ ମୋଦି। ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିଛନ୍ତି । ଏପରିକି ପ୍ରଧାନମନ୍ତ୍ରୀ ମୋଦି ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏହି ପରିପ୍ରେକ୍ଷୀରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଯାଇଛି।
ସୁଭଦ୍ରା ଲଞ୍ଚ ହେବା ପରେ ହିତାଧିକାରୀଙ୍କ ଆକାଉଣ୍ଟ ସୁଭଦ୍ରା ଟଙ୍କା ପଠାଯାଇଛି । ଯୋଗ୍ୟ ହିତାଧିକାରୀମାନଙ୍କ ଆକାଉଣ୍ଟକୁ ପ୍ରଥମ ସୁଭଦ୍ରା କିସ୍ତି ଯାଇଛି । 25 ଲକ୍ଷ ମହିଳାଙ୍କ ବ୍ୟାଙ୍କ ଖାତାକୁ ଯାଇଛି 1 ହଜାର 250 କୋଟି ଟଙ୍କା ।ଏହା Direct Benefits Transfer (DBT) ଜରିଆରେ ହିତାଧିକାରୀମାନଙ୍କ ଜମାଖାତାରେ ଜମା ହୋଇଛି । ପ୍ରତି ହିତାଧିକାରୀଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତିରେ ୫୦୦୦ ଟଙ୍କା ଯାଇଛି । ଏହି ଯୋଜନାରେ ପ୍ରତି ହିତାଧିକାରୀ ମହିଳାଙ୍କୁ ପାଞ୍ଚ ବର୍ଷରେ ମୋଟ ୫୦,୦୦୦ ଟଙ୍କା ମିଳିବ । ସେହିପରି ବର୍ଷକୁ ଦୁଇଟି କିସ୍ତିରେ ୧୦,୦୦୦ ଟଙ୍କା ମିଳିବ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କନକ ବଦ୍ଧର୍ନ ସିଂ ଦେଓ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଭାଗୀୟ ମନ୍ତ୍ରୀ, ଭାଜପା ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ରହିଥିଲେ। ଏହାସହ ଗୋଠପାଟଣା ସ୍ପୋର୍ଟସ ଭ୍ୟାଲିର ବି ଶିଳାନ୍ୟାସ କରିଥିଲେ ମୋଦି। ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିଛନ୍ତି ।