Pratidin TV

Odisha's Digital News Platform

ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ନରେନ୍ଦ୍ର ମୋଦି..

ଆଜି ହେଉଛି ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କର ୬୦ ତମ ଶ୍ରାଦ୍ଧ ବାର୍ଷିକ । ଏହି ଅବସରରେ ପୂର୍ବତନ ପ୍ରଧାନ ମନ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି  ମୋଦି । ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସରେ ପୂର୍ବତନ ପ୍ରଧାନମନ୍ତ୍ରୀ ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ପ୍ରଧାନମନ୍ତ୍ରୀ ମୋଦି ସେୟାର କରିଛନ୍ତି  । ନରେନ୍ଦ୍ର ତାଙ୍କ ପୋଷ୍ଟରେ ଲେଖିଛନ୍ତି ଯେ ମୁଁ ତାଙ୍କ ମୃତ୍ୟୁ ବାର୍ଷିକୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।

କେବଳ ନରେନ୍ଦ୍ର ମୋଦି ନୁହନ୍ତି ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଲେଖିଛନ୍ତି ଯେ ସେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କୁ ତାଙ୍କ ମୃତ୍ୟୁ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି   । ଏହାସହିତ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ଦଳର ସଂସଦୀୟ ସଭାପତି ସୋନିଆ ଗାନ୍ଧୀ ଏବଂ ରାଜ୍ୟ ସଭା ଏମପି ଅଜୟ ମାକେନ ମଧ୍ୟ ପୂର୍ବତନ ପ୍ରଧାନମନ୍ତ୍ରୀ ନେହେରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ପାଇଁ ଶାନ୍ତି ବନରେ ପହଞ୍ଚିଥିଲେ।

Leave a Reply

Your email address will not be published. Required fields are marked *