Pratidin TV

Odisha's Digital News Platform

ଜନ୍ମଦିନରେ ଓଡିଶା ବାସୀଙ୍କୁ ଭେଟିଦେବେ ମୋଦି ,କରିବେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ..

1 min read

ସେପ୍ଚେମ୍ବର ୧୭ରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତ କରି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବା ନେଇ ସୂଚନା ରହିଛି । ଏନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି । ସୂଚନାଥାଉ ଯେ, କିଛି ଦିନ ତଳେ ରାଜ୍ୟ ସରକାର ବହୁ ଚର୍ଚ୍ଚିତ ‘ସୁଭଦ୍ରା’ ଯୋଜନା ପାଇଁ ଏସ୍ଓପି ଜାରି କରିଥିଲେ । ରାଜ୍ୟ କ୍ୟାବିନେଟରେ ମଞ୍ଜୁରୀ ମିଳିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ଏହି ନେଇ ଘୋଷଣା କରିଥିଲେ । ତେବେ ଓଡ଼ିଶାରେ ଏହି ଯୋଜନାର ଶୁଭାରମ୍ଭ କରିବା ପାଇଁ ମୋଦି ତାଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ।

ସେହି ଦିନ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ । ୨୧-୬୦ବର୍ଷର ମହିଳାଙ୍କୁ ବାର୍ଷିକ ୨ଟି କିସ୍ତିରେ ୧୦ହଜାର ଟଙ୍କା ଲେଖାଏଁ ଟଙ୍କା ଦିଆଯିବ । ଆସନ୍ତା ୫ବର୍ଷରେ ପ୍ରତ୍ୟେକ ଯୋଗ୍ୟ ମହିଳା ହିତାଧିକାରୀ ମୋଟ ୫୦ହଜାର ଟଙ୍କା ପାଇବେ। ତେବେ ଏହି ଯୋଜନା ୨୦୨୪-୨୫ରୁ ଆରମ୍ଭ ହୋଇ ୨୦୨୮-୨୯ ଆର୍ଥିକ ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ । ଏଥିପାଇଁ ୫୫,୮୨୫ କୋଟି ଟଙ୍କା ଖର୍ଚ୍ଚ ହେବ। କୋଟିରୁ ଅଧିକ ମହିଳା ଏଥିରେ ଉପକୃତ ହେବେ। ରାକ୍ଷୀ ପୂର୍ଣ୍ଣିମା ଏବଂ ଅନ୍ତର୍ଜାତୀୟ ମହିଳା ଦିବସରେ ୨୧-୬୦ବର୍ଷର ମହିଳାଙ୍କୁ ୫ହଜାର ଟଙ୍କା ପ୍ରଦାନ କରାଯିବ। ଏହି ଟଙ୍କା ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟ ଯିବ । ଏହାସହ ହିତାଧିକାରୀଙ୍କୁ ଏକ ‘ସୁଭଦ୍ରା’ ଡେବିଟ୍ କାର୍ଡ ମଧ୍ୟ ପ୍ରଦାନ କରାଯିବ ।

Leave a Reply

Your email address will not be published. Required fields are marked *