Pratidin TV

Odisha's Digital News Platform

ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ , ଆସିଲା ଗସ୍ତସୂଚୀ ..

୭୪ତମ ଜନ୍ମଦିନରେ ଓଡ଼ିଶା ଆସିବେ ନରେନ୍ଦ୍ର ମୋଦି। ଆସନ୍ତାକାଲି ପ୍ରଧାନମନ୍ତ୍ରୀ  ଓଡ଼ିଶା ଆସିବେ ।  ଓଡ଼ିଶା ଗସ୍ତରେ ଆସି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ।  ଏହାସହିତ ନରେନ୍ଦ୍ର ମୋଦି ଜନତା ମଇଦାନରେ ଜନସଭାକୁ ସମ୍ବୋଧିତ  କରିବେ। ପରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ଏନେଇ ଆଜି ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସୂଚୀ ସାମ୍ନାକୁ ଆସିଛି।

ମିଳିଥିବା ଚିଠି ଅନୁସାରେ, ମଙ୍ଗଳବାର ଗୁଜରାଟ ଅହମ୍ମଦାବାଦରୁ ସକାଳେ ଭୁବନେଶ୍ବର ଅଭିମୁଖେ ଯାତ୍ରା ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦିନ ୧୦ଟା ୫୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଁଞ୍ଚିବେ ପ୍ରଧାନମନ୍ତ୍ରୀ। ଭୁବନେଶ୍ୱର ଗାଡ଼କଣରେ ୩୦ ମିନିଟ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସମ୍ପର୍କରେ ଆଲୋଚନା କରିବେ। ଏହା ପରେ ଜନତା ମଇଦାନ ଅଭିମୁଖେ ଯାତ୍ରା କରି ୧୧ଟା ୫୫ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ। ଏହା ପରେ ଭୁବନେଶ୍ବର ବିମାନ ବନ୍ଦର ଅଭିମୁଖେ ଯାତ୍ରା କରି ଦିଲ୍ଲୀ ଅଭିମୁଖେ ଉଡ଼ାଣ ଭରିବେ ପ୍ରଧାନମନ୍ତ୍ରୀ।

Leave a Reply

Your email address will not be published. Required fields are marked *