Pratidin TV

Odisha's Digital News Platform

ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା; ମୁଁହ ଖୋଲିଲେ ନବୀନ କରିଲେ ତଦନ୍ତ ଦାବି …

1 min read

ଭରତପୁର ଥାନାରେ ମେଜର ଗୁରୁବଂଶ ସିଂ ଓ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ସହ ହୋଇଥିବା ସେହି ଅକଥନୀୟ ଅତ୍ୟାଚାର ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର ଓ ୪ ପୁଲିସ କର୍ମଚାରୀଙ୍କ ନାଁରେ ଅପରାଧିକ ମାମଲା ରୁଜୁ କରାଯାଇଛି। କ୍ରାଇମବ୍ରାଞ୍ଚ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଅନ୍ୟପଟେ ଏହି ମାମଲାକୁ ନେଇ ରାଜନୀତି ହେବାରେ ଲାଗିଛି। ଏହି ମାମଲାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି ।

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି, ଭରତପୁର ଥାନାରେ ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦିଆ ଯାଇଥିବା ଯୌନ ନିର୍ଯାତନା ଘଟଣା ଅତି ନିନ୍ଦନୀୟ। ରାଜ୍ୟରେ ଆଇନ ଶୃଙ୍ଖଳା ବ୍ୟବସ୍ଥା ଭୁଶୁଡି ପଡିଛି। ଆଇନଶୃଙ୍ଖଳା ନିୟନ୍ତ୍ରଣରେ ରାଜ୍ୟ ସରକାର ବିଫଳ ହୋଇଛନ୍ତି ବୋଲି ନବୀନ କହିଛନ୍ତି । ଭରତପୁର ଥାନାରେ ଯାହା ବି ଘଟିଲା ତାହା ନିନ୍ଦନୀୟ। ଜଘନ୍ୟ ଅତ୍ୟାଚାର କରାଗଲା ତାର କୋର୍ଟ ତତ୍ୱାବଧାନରେ ଏସ୍‌ଆଇଟି ତଦନ୍ତ ସହ ନବୀନ ପଟ୍ଟନାୟକ ବିଚାର ବିଭାଗୀୟ ତଦନ୍ତ ଦାବି କରିଛନ୍ତି।

Advertisement

ସେହିପରି ରାଜ୍ୟପାଳଙ୍କ ପୁଅଙ୍କ ଦ୍ବାରା ଏଏସଓଙ୍କୁ ମାଡ ମାରିବା ଘଟଣାକୁ ନେଇ ରାଜ୍ଯ ସରକାରଙ୍କ ନୀରବତାକୁ ସମାଲୋଚନା କରିଛନ୍ତି ନବୀନ। ଏହି ଘଟଣାରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ହୋଇନାହିଁ ବୋଲି ସେ କହିଛନ୍ତି। ଏସବୁ ରାଜ୍ୟ ସରକାରଙ୍କ ଅପାରଗତାକୁ ପ୍ରକାଶ କରୁଛି ବୋଲି ସେ କହିଛନ୍ତି।

Leave a Reply

Your email address will not be published. Required fields are marked *