Pratidin TV

Odisha's Digital News Platform

ଦାମଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳୀ ଜଣାଇଲେ ମୁଖ୍ୟମନ୍ତ୍ରୀ ..

ଓଡିଶାର ଗୋଟିଏ ଯୁଗର ଅବସାନ ଘଟିଛି । ସେ ରାଜନୀତିରେ ମହାଦ୍ରୁମ ବା ବାକ୍ୟବାଣ ଭାବରେ ପରିଚିତ । ଆଉ ନାହାନ୍ତି ଭେଟେରାନ ନେତା ଦାମୋଦର ରାଉତ । ଏହାପରେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ପାର୍ôଥବ ଶରୀର ଶଙ୍ଖଭବନରେ ପହଞ୍ଚିଥିଲା ।

ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶଙ୍ଖଭବନରେ ପହଞ୍ଚି ଦାମଙ୍କ ଶେଷ ଦର୍ଶନ କରିିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଏଥିସହିତ ବହୁ ବରିଷ୍ଠ ନେତା ଦାମଙ୍କ ଶେଷ ଦର୍ଶନ କରିଛନ୍ତି । ଏଥିସହିତ ଦାମୋଦର ରାଉତଙ୍କ ଦେହାନ୍ତରେ ଗଭୀର ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଦାମୋଦର ରାଉତଙ୍କ ଦେହାନ୍ତ ରାଜ୍ୟ ରାଜନୀତିରେ ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଲୋକଙ୍କ ସେବା ଲାଗି ସର୍ବଦା ସ୍ମରଣୀୟ ହୋଇ ରହିବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କର ଅମର ଆମ୍‌ôାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ।

ସୂଚନାଯୋଗ୍ୟ, ୮୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ଭୋର ୫ଟା ୨୩ରେ ଦାମଙ୍କର ପରଲୋକ ହୋଇଥିଲା । ଏନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି । ଦୀର୍ଘଦିନ ଧରି କିଡ୍‌ନୀଜନିତ ସମସ୍ୟାରେ ପୀଡ଼ିତ ଥିଲେ ଦାମ । ଗତ ୧୮ ତାରିଖ ବିଳମ୍ବିତ ରାତିରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ । ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା ଏବଂ ସେଠାରେ ସେ ହୃଦ୍‌ଘାତର ଶିକାର ହୋଇଥିଲେ । ଏହାପରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା । ତାଙ୍କ ବ୍ରେନ୍ ଡେଡ୍ ଥିବା ପୁଅ ସମ୍ବିତ ସୂଚନା ଦେଇଥିଲେ ।

Leave a Reply

Your email address will not be published. Required fields are marked *