Pratidin TV

Odisha's Digital News Platform

ରାଜ୍ୟ ପରିବହନ କ୍ଷେତ୍ରରେ ନୂଆ ମାଇଲଷ୍ଟୋନ୍ , ୧୩ ଜିଲ୍ଲାରେ ୨୦ ନୂଆ ବସଷ୍ଟାଣ୍ଡ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ …

1 min read

ସୃଦୁଢ ହେଉଛି ରାଜ୍ୟ ପରିବହନ ବ୍ୟବସ୍ଥା । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ‘ଆମ ବସ୍ ଷ୍ଟାଣ୍ଡ’ ଯୋଜନାରେ ୧୩ଟି ଜିଲ୍ଲାରେ ୨୦ଟି ନବନିର୍ମିତ ବସ୍ ଷ୍ଟାଣ୍ଡର ଉଦ୍‌ଘାଟନ କରିଛନ୍ତି । ଏହି ଜିଲ୍ଲା ଗୁଡିକ ହେଲା- ଅନୁଗୋଳ, ବାଲେଶ୍ୱର, ବୌଦ୍ଧ, ଢେଙ୍କାନାଳ, ଗଜପତି, କେନ୍ଦ୍ରାପଡା, କେନ୍ଦୁଝର, କୋରାପୁଟ, ନୟାଗଡ, ନୂଆପଡା, ରାୟଗଡା, ସମ୍ବଲପୁର ଓ ସୁବର୍ଣ୍ଣପୁର । ଉଦ୍‌ଘାଟନ ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯୋଗାଯୋଗ ହେଉଛି ବିକାଶର ଆଧାର । ଏହା ହେଉଛି ଆମ ଅର୍ଥନୀତିର ମୁଖ୍ୟ ଶକ୍ତି । ଗାଁଠୁ ସହର ସବୁଆଡେ ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ କରିବା ଆମର ଲକ୍ଷ୍ୟ ରହିଛି ।

5T ଉପକ୍ରମରେ ଆମର ଯୋଗାଯୋଗ ଭିତ୍ତିଭୂମି ଓ ସାଧାରଣ ପରିବହନର ବ୍ୟବସ୍ଥାର ବିକାଶ କରାଯାଉଛି । ଗାଁକୁ ଲକ୍ଷ୍ମୀ ଯୋଜନାରେ ବ୍ଲକ ସହ ଯୋଡା ଯାଉଛି । ଭୁବନେଶ୍ୱରରେ ମେଟ୍ରୋ ରେଳ ଯୋଜନା ଆରମ୍ଭ ହୋଇଛି ବୋଲି କହି ଯୋଗାଯୋଗରେ ଉନ୍ନତି ହେଲେ ଲୋକଙ୍କ ରୋଜଗାର ବଢିବା ସହ ଚାଷୀ ଭାଇ ଭଉଣୀମାନେ ଲାଭବାନ ହେବେ ଓ ପିଲାଙ୍କ ପାଠପଢାରେ ସୁବିଧା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଅବସରରେ ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ନୂଆପଡାଠାରେ ଯୋଜନା ଓ ସଂଯୋଜନ ମନ୍ତ୍ରୀ ଶ୍ରୀ ରାଜେନ୍ଦ୍ର ଢୋଲକିଆ, ମୁନିଗୁଡାଠାରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଏବଂ ହରଭଙ୍ଗାଠାରେ ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ୍ ନୂଆ ବସ୍ ଷ୍ଟାଣ୍ଡ ମାଧ୍ୟମରେ ଜନସାଧାରଣଙ୍କ ଗମନାଗମନକୁ ସୁବ୍ୟବସ୍ଥିତ କରାଯାଇଛି ଏବଂ ଏହି ବସ୍ ଷ୍ଟାଣ୍ଡଗୁଡିକ ରାଜ୍ୟର ପରିବହନ ସେବା କ୍ଷେତ୍ରରେ ମାଇଲଖୁଣ୍ଟ ବୋଲି ସେମାନେ କହିଥିଲେ । କାର୍ଯ୍ୟକ୍ରମକୁ 5T ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ସଂଯୋଜନା କରିଥିଲେ ।

Advertisement

Leave a Reply

Your email address will not be published. Required fields are marked *