Pratidin TV

Odisha's Digital News Platform

ମା ସମଲେଶ୍ୱରୀ ମାଟିରେ ମୁଖ୍ୟମନ୍ତ୍ରୀ , ଜନତାଙ୍କୁ ପଚାରିଲେ ‘‘ମା ସମଲେଇଙ୍କ ମନ୍ଦିର ରୂପାନ୍ତର ଭଲ ହୋଇଛି କି,?

1 min read

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମ୍ୱଲପୁର ଠାରେ ସାଂସଦ ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଏବଂ ବିଧାୟକ ପ୍ରାର୍ଥୀ ରୋହିତ ପୁଜାରୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିଛନ୍ତି । ସମ୍ୱଲପୁର ପି.ଏଚ୍‍.ଡି. ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବିଜୁ ଜନତା ଦଳ ସରକାର ଜୁଲାଇ ମାସରୁ ବିଜୁଳି ମାଗଣା ଦେବ । ଆପଣମାନଙ୍କ ପାଖକୁ ଆଉ ବିଜୁଳି ବିଲ୍‍ ଆସିବ ନାହିଁ ।

ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନତାଙ୍କ ଠାରୁ ରାଜ୍ୟ ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବି.ଏସ୍‍.କେ.ୱାଇ., ମିଶନ ଶକ୍ତି, ମମତା, ଲକ୍ଷ୍ମୀ ବସ୍‍, 5T ସ୍କୁଲ ରୂପାନ୍ତରଣ, ଛାତ୍ରବୃତ୍ତି, କାଳିଆ, ମଧୁବାବୁ ପେନ୍‍ସନ, ଚାଉଳ କାର୍ଡ ଇତ୍ୟାଦିର ସୁଫଳ ବିଷୟରେ ମତାମତ ଗ୍ରହଣ କରିଥିଲେ । ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ ପଚାରିଥିଲେ ଯେ, ମା ସମଲେଇଙ୍କ ପ୍ରକଳ୍ପ କାମ କିପରି ହୋଇଛି ? ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ କିପରି ହୋଇଛି ? ସମସ୍ତ ଉପସ୍ଥିତ ଜନତା ଉଚ୍ଛ୍ୱସିତ ସ୍ୱରରେ ବହୁତ ଭଲ ବୋଲି କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକ ଭଲ କି ପ୍ରଶ୍ନର ଉତ୍ତରରେ ଭାବବିହ୍ୱଳ ହୋଇଯାଇଥିଲେ ଉପସ୍ଥିତ ଜନତା । କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ ପ୍ୟାକେଜ୍‍ ଆସିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ବିରୋଧି ଦଳର ନେତାମାନେ ମିଛ କଥା କହୁଛନ୍ତି । କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ଆପଣମାନେ ବିଜୁ ଜନତା ଦଳର ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ଆଶୀର୍ବାଦ କରନ୍ତୁ ବୋଲି ସେ ଉପସ୍ଥିତ ଜନତାଙ୍କୁ ଅନୁରୋଧ କରିଥିଲେ ।

Advertisement

Leave a Reply

Your email address will not be published. Required fields are marked *