Pratidin TV

Odisha's Digital News Platform

ନବୀନଙ୍କ ନୂଆ ଟିମ୍‌ରେ ୧୩ କ୍ୟାବିନେଟ୍ ମନ୍ତ୍ରୀ: ରାଜଭବନରେ ନେବେ ଶପଥ

Odisha, June 25 (ANI): Odisha Chief Minister Naveen Patnaik inaugurating the Product Application and Development Centre, set up by Indian Oil Corporation Ltd (IOCL), via video conferencing, in Paradip on Thursday. (ANI Photo)

ଭୁବନେଶ୍ୱର: ୨୦୨୪ ପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ ନୂଆ ଟିମ ଗଢିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସରକାରର ପଞ୍ଚମ ପାଳିରେ ମାଷ୍ଟରଷ୍ଟୋକ ଖେଳି ମନ୍ତ୍ରୀ ବଦଳାଇଛନ୍ତି ନବୀନ । ଆଜି ରାଜ୍ୟର ନୂଆ ମନ୍ତ୍ରୀମଣ୍ଡଳର ହେବ ଶପଥ ଗ୍ରହଣ ଉତ୍ସବ । ରାଜଭବନରେ ଦିନ ୧୧ଟା ୪୫ମିନିଟରେରେ ନୂତନ ମନ୍ତ୍ରୀ ଭାବେ ଶପଥ ନେବାର କାର‌୍ୟ୍ୟକ୍ରମ ରହିଛି । ମନ୍ତ୍ରୀ ମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ଏଥିପାଇଁ ଗତକାଲି ମୁଖ୍ୟମନ୍ତ୍ରୀଙ୍କ କାର‌୍ୟ୍ୟାଳୟରୁ ସମ୍ଭାବ୍ୟ ନୂଆ ମନ୍ତ୍ରୀମଣ୍ଡଳ ତାଲିକା ପ୍ରକାଶ ପାଇଛି । ତାଲିକାରେ ୧୩ଜଣଙ୍କ ନାଁ କ୍ୟାବିନେଟ ପାହ୍ୟା ରହିଥିବା ବେଳେ ତାଲିକାରେ ୮ଜଣଙ୍କୁ ମିଳିଛି ରାଷ୍ଟ୍ରମନ୍ତ୍ରୀ ଦାୟିତ୍ବ ।

ଜଗନ୍ନାଥ ସାରକା, ନିରଞ୍ଜନ ପୂଜାରୀ ଓ ରଣେନ୍ଦ୍ର ପ୍ରତାପ ସ୍ବାଇଁ କ୍ୟାବିନେଟ ମନ୍ତ୍ରୀ ଭାବେ ଆଜି ଶପଥ ନେବେ । ସେହିପରି ପ୍ରମିଳା ମଲ୍ଲିକ, ଉଷା ଦେବୀ, ପ୍ରଫୁଲ୍ଲ କୁମାର ମଲ୍ଲିକ ଓ ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ କୁମାର ଅମାତ ଓ ନବ କିଶୋର ଦାସଙ୍କୁ କ୍ୟାବିନେଟ ପାହ୍ୟା ମିଳିଛି । ଅଶୋକଚନ୍ଦ୍ର ପଣ୍ଡା, ଟୁକୁନି ସାହୁ ଓ ରାଜେନ୍ଦ୍ର ଢୋଲକିଆଙ୍କ ନାଁ ମଧ୍ୟ କ୍ୟାବିନେଟ ମନ୍ତ୍ରୀ ତାଲିକାରେ ରହିଛି । ଅନ୍ୟପଟେ ରାଷ୍ଟ୍ରପାହ୍ୟା ମନ୍ତ୍ରୀ ଭାବେ ଶପଥ ନେବେ ସମୀର ରଞ୍ଜନ ଦାଶ, ଅଶ୍ବିନୀ କୁମାର ପାତ୍ର, ପ୍ରୀତିରଞ୍ଜନ ଘଡ଼ାଇ, ଶ୍ରୀକାନ୍ତ ସାହୁ, ତୁଷାରକାନ୍ତି ବେହେରା, ରୋହିତ ପୂଜାରୀ, ରୀତା ସାହୁ ଓ ବାସନ୍ତି ହେମ୍ବ୍ରମ ।

ଆଜି ରାଜଭବନରେ ଏହି ସମସ୍ତ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେବେ । ଗତକାଲି ମୁଖ୍ୟମନ୍ତ୍ରୀଙ୍କ କାର‌୍ୟ୍ୟାଳୟ ପକ୍ଷରୁ ଫୋନ୍ ମାଧ୍ୟମରେ ଶପଥ ଗ୍ରହଣ ସମାରୋହରେ ଉପସ୍ଥିତ ରହିବା ପାଇଁ କୁହାଯାଇଛି।

Leave a Reply

Your email address will not be published. Required fields are marked *