Pratidin TV

Odisha's Digital News Platform

ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେଲେ ନିକୁଞ୍ଜ ବିହାରୀ ଧଳ

ବରିଷ୍ଠ ପ୍ରଶାସକ ଶ୍ରୀ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି। ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ନିକୁଞ୍ଜ ବିହାରୀ ଧଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ(ଏସିଏସ) ଭାବେ ନିଯୁକ୍ତି ଦିଆଯାଇଛି। ନିଯୁକ୍ତି ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଏହାପୂର୍ବରୁ ରାଜ୍ୟ ସରକାର ମନୋଜ ଆହୁଜାଙ୍କୁ ଓଡିଶା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି |

Leave a Reply

Your email address will not be published. Required fields are marked *