Pratidin TV

Odisha's Digital News Platform

ଆଜି ଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ; ଫୋକସରେ ୨୦୪୭ ସୁଦ୍ଧା ବିକଶିତ ଭାରତ

1 min read

ଆଜି ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲର ବୈଠକ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଗଠନ କରିବା ଏହି ବୈଠକରେ ଫୋକସ୍ ରହିବ।

ଏଥିପାଇଁ ଆଲୋଚନାର ପ୍ରମୁଖ ୫ଟି ପ୍ରସଙ୍ଗ ରୁପେ ପାନୀୟ ଜଳ, ବିଦ୍ୟୁତ, ସ୍ବାସ୍ଥ୍ୟସେବା, ଶିକ୍ଷା ଏବଂ ଜମି ଓ ସଂପତ୍ତି ଡିଜିଟାଇଜେସନ ଉପରେ ଗୁରୁତ୍ୱ ଦିଆଯିବ । ଏଥିସହ ସାଇବର ସିକ୍ୟୁରିଟି ଏବଂ AI ଉପରେ ମଧ୍ୟ ସ୍ୱତନ୍ତ୍ର ଅଧିବେଶନରେ ଆଲୋଚନା କରାଯିବ। ଗତ ବର୍ଷ ଡିସେମ୍ବରରେ ଆୟୋଜିତ ସମସ୍ତ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କ ରାଷ୍ଟ୍ରୀୟ ସମ୍ମିଳନୀରେ ଆସିଥିବା ସୁପାରିସ ଉପରେ ମଧ୍ୟ ଆଲୋଚନା ହେବ।

Advertisement

ଏଥିରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ସାମିଲ ହେଉଛନ୍ତି। ଓଡିଶାରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ଏହି ବୈଠକରେ ଯୋଗ ଦେବାକୁ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ଏହି ବୈଠକରେ ଯୋଗ ଦେବେ। ବିଭିନ୍ନ ବିକାଶମୂଳକ ପ୍ରସଙ୍ଗ ସହ ଦୃଷ୍ଟିକୋଣ ଉପରେ ଏହି ବୈଠକରେ ଆଲୋଚନା ହେବ। କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ସହଭାଗିତା ଓ ସମନ୍ବୟ ବଜାର ରଖିବା ବୈଠକର ମୁଖ୍ୟ ଉଦ୍ଦେଶ୍ୟ।

ତେବେ ଏହି ନୀତି ଆୟୋଗ ବୈଠକରେ ଯୋଗଦେବାକୁ ଦିଲ୍ଲୀରେ ପହଞ୍ଚିଛନ୍ତି ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶୁକ୍ରବାରଠାରୁ ସେ ୪ଦିନିଆ ଦିଲ୍ଲୀ ଗସ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ମଧ୍ୟ ନୀତି ଆୟୋଗ ବୈଠକରେ ଯୋଗ ଦେବେ।

ଏହି ବୈଠକ ପରେ ପରବର୍ତ୍ତୀ ସମୟରେ ବିଜେପିର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକ ରହିଛି। ଏହାସହ ରାଜ୍ୟର ବିଭିନ୍ନ ପ୍ରସଙ୍ଗକୁ ନେଇ ମଧ୍ୟ କେନ୍ଦ୍ରମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ସାକ୍ଷାତ କରିବା କାର୍ଯ୍ୟକ୍ରମ ରହିଛି। ସେପଟେ ଏହି ବୈଠକକୁ ବିଭିନ୍ନ ଅଣ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ବର୍ଜନ କରିଛନ୍ତି। ର୍ଣ୍ଣାଟକ, ହିମାଚଳ ପ୍ରଦେଶ, ତେଲେଙ୍ଗାନା, ତାମିଲନାଡ଼ୁ, କେରଳ ଓ ପଞ୍ଜାବ ଆଦି ରାଜ୍ୟର ମୁଖ୍ୟମନ୍ତ୍ରୀ ଆଦି ବର୍ଜନ |

Leave a Reply

Your email address will not be published. Required fields are marked *