Pratidin TV

Odisha's Digital News Platform

ସୃଷ୍ଟିହେଲା ଲଘୁଚାପ ; ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ଛେଚିବ , ୫ ଜିଲ୍ଲାକୁ ରେଡ୍ ୱାଣିଂ …

1 min read

ଭୁବନେଶ୍ୱର : ଉତ୍ତରପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି । ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷକରି ଦକ୍ଷିଣ ଓଡ଼ିଶା ଓ ଉତର ଆନ୍ଧ୍ର ଓ ଛତିଶଗଡ଼ରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ନେଇ ସୂଚନା ଦେଇଛି ଆଂଚଳିକ ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷାର ସମ୍ଭାବନା ଭିତରେ ରାଜ୍ୟର ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୫ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଯାହାର ପ୍ରଭାବ ଆସନ୍ତା ୩ ଦିନ ଯାଏଁ ଓଡିଶାରେ ଦେଖାଦେବ ।

ତେବେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆଜି ସୋନପୁର, ବୌଦ୍ଧ, ଅନୁଗୋଳ,ଢେଙ୍କାନାଳ, କଟକ, ନୟାଗଡ଼,ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisement

ସେହିପରି ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଯାଜପୁର, ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବରଗଡ଼ ଓ ସମ୍ୱଲପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ଏହାଛଡ଼ା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡ଼ା ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଭିତରେ ଉପରମୁଣ୍ଡରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଖୋଲିବ ହୀରାକୁଦ ଡ୍ୟାମ । ଏନେଇ ସୂଚନା ଦେଇଛନ୍ତି ହୀରାକୁଦ ଡ୍ୟାମର ମୁଖ୍ୟଯନ୍ତ୍ରୀ । ଦୁଇ ପାଶ୍ୱର୍ରୁ ଗୋଟିଏ ଗୋଟିଏ ଲେଖାଏଁ ଖୋଲିବ ଗେଟ୍ ।

Leave a Reply

Your email address will not be published. Required fields are marked *