Pratidin TV

Odisha's Digital News Platform

ତାତିରେ ଛଟପଟ ଓଡିଶା , ଏହିସବୁ ଜିଲ୍ଲାକୁ ରେଡ୍ ଆଲର୍ଟ …..

1 min read

ରେକର୍ଡ ଭାଙ୍ଗୁଛି ଚଳିତ ବର୍ଷର ଏପ୍ରିଲ ମାସର ତାପମାତ୍ରା । ବିଗତ ୧୨ଦିନ ହେବ ରାଜଧାନୀ ଭୁବନେଶ୍ଵରର ତାପମାତ୍ରା ଲଗାତାର ୪୦ ଉପରେ ରହିଥିବା ବେଳେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ମଧ୍ୟ ସମାନ ସ୍ଥିତି ଲାଗି ରହିଛି । ଏପ୍ରିଲ ମାସରେ ବର୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ଦୁଇଟି ସ୍ପେଲରେ ୧୪ଦିନ ହେବ ଉଷ୍ମ ଦିନ ରେକର୍ଡ ହୋଇସାରିଲାଣି । ଆଗକୁ କୌଣସି ବଡ଼ ବର୍ଷାର ସମ୍ଭାବନା ନଥିବା ବେଳେ ମେ ମାସ ଦ୍ଵିତୀୟ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ଏହିଭଳି ଉଷ୍ମ ଦିନ ସ୍ଥିତି ଲାଗି ରହିବ । ଖାଲି ସେତିକି ନୁହେଁ ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କିଛି କିଛି ସ୍ଥାନରେ ଦିନ ତାପମାତ୍ରାରେ ଆହୁରି ୨ degree ଯାଏଁ ବୃଦ୍ଧି ସମ୍ଭାବନା ରହିଛି ।

ଯାହା ପ୍ରଭାବରେ ଆଗାମୀ ୪ ରୁ ୫ ଦିନ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ଉଷ୍ମ ପାଣିପାଗ ସ୍ତିତି ଜାରିରହିବା ସହ କିଛି ଜିଲ୍ଲାରେ ଭୀଷଣ ଗ୍ରୀଷ୍ମପ୍ରବାହ ରୁ ଗ୍ରୀଷ୍ମ ପ୍ରବାହ ସ୍ଥିତି ଲାଗି ରହିବ । ରାଜ୍ୟର ଉତ୍ତର ଓଡ଼ିଶା ଏବଂ ପଶ୍ଚିମ ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ସ୍ଥିତି ଅଧିକ ରହିବା ସହ ଅନ୍ୟାନ୍ୟ ଜିଲ୍ଲାରେ ମଧ୍ୟ ଆଦ୍ରତ ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ତାତି କରିବ କଲବଲ । ଆଜି ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ରାଜ୍ୟର ଅନେକ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଜି ପାଇଁ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଂଜ, କେନ୍ଦୁଝର, ଢେଙ୍କାନାଳ, ସୁନ୍ଦରଗଡ଼, ଅନୁଗୁଳ, ଝାରସୁଗୁଡ଼ା, ବୌଦ୍ଧ, ନୂଆପଡ଼ା ଆଦି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ଆଉ ୧୭ ଜିଲ୍ଲା ପାଇଁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ଆହୁରି ଅଧିକ ଜିଲ୍ଲାରେ ଭୀଷଣ ଗ୍ରୀଷ୍ମ ପ୍ରବାହ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏହି ଦିନ ୧୮ ଜିଲ୍ଲାରେ ରେଡ୍ ଆଲର୍ଟ ଜାରି କରାଯାଇଛି । କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ସୁନ୍ଦରଗଡ଼, ଅନୁଗୁଳ, ଝାରସୁଗୁଡ଼ା, ବୌଦ୍ଧ, ନୂଆପଡ଼ା ସମେତ ସମ୍ବଲପୁର, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, ଯାଜପୁର, ଖୋର୍ଦ୍ଧା ଓ କଟକ ଜିଲ୍ଲାରେ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ବାକି ଜିଲ୍ଲାଗୁଡ଼ିକ ପାଇଁ ଜାରି କରାଯାଇଛି ଅରେଂଜ ୱାର୍ଣ୍ଣିଂ । ସେହିପରି ୨୯ ଓ ୩୦ ତାରିଖରେ ମଧ୍ୟ ଜାରି ରହିବ ଗ୍ରୀଷ୍ମ ପ୍ରବାହ । ୮ଟି ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଦେଇଛି ଆଂଚଳିକ ପାଣିପାଗ କେନ୍ଦ୍ର । ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ସୁନ୍ଦରଗଡ଼, ଅନୁଗୁଳ, ଝାରସୁଗୁଡ଼ା, ବୌଦ୍ଧ, ନୂଆପଡ଼ା ଆଦି ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବ ।

ଆବଶ୍ୟକ ନଥିଲେ ଦିନ ୧୧ଟାରୁ ୩ ଟା ମଧ୍ୟରେ ଘରୁ ବାହାରିବାକୁ ପାଣିପାଗ ବିଭାଗ ପକ୍ଷରୁ ବାରଣ କରାଯାଇଛି । ଗର୍ଭବତୀ, ହାର୍ଟ ରୋଗୀ, ଛୋଟପିଲା, ବୟସ୍କ ବ୍ୟକ୍ତି ବିଶେଷ ଯତ୍ନବାନ ହେବା ସହ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ ବିଭାଗ ଏଲର୍ଟ ଜାରି କରିଛି ।

Leave a Reply

Your email address will not be published. Required fields are marked *