Pratidin TV

Odisha's Digital News Platform

ଓଡ଼ିଶାର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବେ ପ୍ରଭାତୀ ପରିଡ଼ା, ଜାଣନ୍ତୁ ଶିକ୍ଷାଗତ ଯୋଗ୍ୟତା, ରାଜନୈତିକ ଯାତ୍ରା…

1 min read

ନିମାପଡା ମାଟିର ବୋହୁ ତଥା ନିମାପଡା ନିର୍ବାଚନ ମଣ୍ଡଳୀର ପ୍ରଥମ ମହିଳା ବିଧାୟିକା ପ୍ରଭାତୀ ପରିଡା ରାଜ୍ୟର ନୂତନ ବିଜେପି ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି | ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ପ୍ରଭାତୀ ପରିଡା ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ | ତେବେ ପ୍ରତିଭା ପରିଡା ଓଡ଼ିଶାର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବାର ସୌଭାଗ୍ୟ ଅର୍ଜନ କରିବାକୁ ଯାଉଛନ୍ତି |

ସୂଚନା ଅନୁସାରେ, ଗତକାଲି ଜୁନ ୧୧ ତାରିଖରେ ବିଜେପି ବୈଠକରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଚୟନ କରାଯାଇଛି | ଏହାସହ ୨ ଜଣ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଚୟନ କରାଯାଇଛି | ମୁଖ୍ୟମନ୍ତ୍ରୀ ଭାବେ କେନ୍ଦୁଝର ଜିଲ୍ଲାର ବିଧାୟକ ମୋହନ ଚରଣ ମାଝୀଙ୍କୁ ଚୟନ କରିଥିବା ବେଳେ ପାଟଣାଗଡ଼ର ବିଧାୟକ କେଭି ସିଂହଦେଓ ଙ୍କ ସହ ନିମାପଡା ଜିଲ୍ଲାର ବିଧାୟକା ପ୍ରତିଭା ପରିଡାଙ୍କୁ ଉପମୁଖ୍ୟମନ୍ତ୍ରୀ ଚୟନ କରାଯାଇଛି |

Advertisement

ତେବେ ପ୍ରତିଭା ପରିଡା ଓଡ଼ିଶାର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବାର ସୌଭାଗ୍ୟ ଅର୍ଜନ କରିବାକୁ ଯାଉଛନ୍ତି | ସୂଚନା ଅନୁସାରେ, କଟକ ଜିଲା ନିଆଳି ବ୍ଲକ ନିଭରଣ ଗାମରେ ଜନ୍ମିତ ପ୍ରଭାତୀ ପୁରୀ ଜିଲା ନିମାପଡ଼ା ବ୍ଲକ ତେରୁଣ୍ଡିଆ ପଞ୍ଚାୟତ ଅନ୍ତର୍ଗତ ତେରୁଣ୍ଡିଆ ଗ୍ରାମର ଶ୍ୟାମସୁନ୍ଦର ନାୟକଙ୍କୁ ବିବାହ କରିଥିଲେ। ସେ ଦୀର୍ଘବର୍ଷ ଧରି ରାଜନୀତିରେ ସକ୍ରିୟ ରହିଛନ୍ତି | ସେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ଏଲ୍‌ଏଲ୍‌ବି ପାସ୍‌ କରିଥିଲେ। ପରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଜଣେ ଆଇନଜୀବୀ ଭାବେ କିଛିଦିନ ଧରି କାର୍ଯ୍ୟ କରିଥିଲେ। ବୃତ୍ତିରେ ଜଣେ ଓକିଲ ହୋଇଥିଲେ ମଧ୍ୟ ରାଜନୀତି ପ୍ରତି ତାଙ୍କର ପ୍ରବଳ ଆଗ୍ରହ ରହିଥିଲା। ତେଣୁ ପରବର୍ତ୍ତୀ ସମୟରେ ସେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଥିଲେ। ସେ ରାଜ୍ୟ ସମାଜ ମଙ୍ଗଳ ବୋର୍ଡର ଚେୟାରମ୍ୟାନ, ଭାଜପା ମହିଳା ମୋର୍ଚ୍ଚାର ରାଜ୍ୟ ସଭାନେତ୍ରୀ, ଭାଜପାର ରାଜ୍ୟ ଉପସଭାପତି ସମେତ ବିଭିନ୍ନ ପଦବୀରେ ରହିଥିଲେ।

୩ ଥର ପରାଜିତ ହେବା ପରେ ଚଳିତ ନିର୍ବାଚନରେ ବିଜେଡିର ଦିଲୀପ ନାୟକଙ୍କୁ ହରାଇ ପ୍ରଥମ ଥର ପାଇଁ ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ପ୍ରଥମ ବିଧାୟିକା ହେବା ସହ ତାଙ୍କୁ ନୂତନ ସରକାରରେ ଉପମୁଖ୍ୟମନ୍ତ୍ରୀ ଭଳି ଗୁରୁତ୍ୱପୂର୍ଣ୍ଣ ପଦବୀ ମିଳିଛି।

Leave a Reply

Your email address will not be published. Required fields are marked *