(ଭିଡିଓ)ଓଡ଼ିଶାରେ ୨ରେ ପହଞ୍ଚିଲା କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା, ଜନଗହଳି ସ୍ଥାନରେ ମାସ୍କ ପିନ୍ଧିବାକୁ ଦିଆଯାଇଛି ପରାମର୍ଶ
1 min readଚିହ୍ନଟ ହେଲେ ଆଉ ଜଣେ କରୋନା ପଜିଟିଭ୍ । ଏହା ସହିତ ଓଡ଼ିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ରେ ପହଞ୍ଚିଛି । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ଗତକାଲି ଓଡ଼ିଶାରୁ ପ୍ରଥମ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ସୂଚନା ଦିଆଯାଇଥିଲା ।ତେବେ ତାଙ୍କର ସ୍ୱାସ୍ଥବସ୍ଥା ଠିକ୍ ରହିଥିବାରୁସେ ହସ୍ପିଟାଲ ନଯାଇ ଘରେ ରହିଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଥିଲା । ପ୍ରଥମ କୋଭିଡ ଆକ୍ରାନ୍ତ ଚିହ୍ନଟ ହେବା ପରେ ମାସ୍କ ପିନ୍ଧିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପ୍ରସ୍ତାବ ଦେଇଛି। ବବୟସ୍କ ମାନେ ବାହାରକୁ ବାହାରିଲେ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି। ଜନଗହଳି ସ୍ଥାନକୁ ଯିବା ବେଳେ ମଧ୍ୟ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି।