Pratidin TV

Odisha's Digital News Platform

ମୋହନଙ୍କ ଗୋଟିଏ ଫୋନ୍ କଲ୍ ରେ ରାତିରାତି ଆଇଏଏସ୍‌ ସ୍ତରରେ ବଡ଼ ଅଦଳବଦଳ

1 min read

ମୁଖ୍ୟମନ୍ତ୍ରୀଙ୍କ ଗୋଟିଏ ଫୋନ କଲରେ ବଦଳିଲେ ୧୨ ଆଇଏସ ଅଫିସର | ରାଜ୍ୟ ସରକାର IAS ଅଫିସର ସ୍ତରରେ ବଡ ଅଦଳବଦଳ କରିଥିବା ଜଣାପଡିଛି | ୧୨ ଆଇଏସ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କରାଯାଇଥିବା ନେଇ ସାଧରଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରଯାଇଛି | ଯାହାଫଳରେ ୧୯୯୫ ବ୍ୟାଚର ଚିତ୍ରା ଅରୁମୁଗମଙ୍କୁ ଶ୍ରମ ଓ ଇଏସଆଇ ବିଭାଗର ପ୍ରମୁଖ ସଚିବ ଭାବେ ଅବସ୍ଥାପିତ କରାଯାଇଛି | ସେ ବିଜ୍ଞାନ ଓ କାରିଗରି କୌଶଳ ବିଭାଗ ପ୍ରମୁଖ ସଚିବ ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ ।

ସେହିପରି ୨00୮ ବ୍ୟାଚ IAS ଅଫିସର ଯାମିନୀ ଷଡ଼ଙ୍ଗୀଙ୍କୁ ବାଣିଜ୍ୟକର ଓ ଜିଏସଟି କମିଶନର ଭାବେ ଅବସ୍ଥାପିତ କରାଯାଇଛି | ସେ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ୨0୧0 ବ୍ୟାଚ ଆଇଏସ ଅଫିସର ସୁଧାଂଶୁ ମୋହନ ସାମଲଙ୍କୁ ଓଡ଼ିଶା ଖଣି ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଥିବା ବେଳେ ବଳବନ୍ତ ସିଂ ଖଣି ନିଗମର ପରିଚାଳନା ନିର୍ଦ୍ଦେଶ ଭାବେ ଦାୟିତ୍ୱ ତୁଲାଉଛନ୍ତି । ସେହିପରି ୨0୧୧ ଆଇଏସ ଅଫିସର ଇନ୍ଦ୍ରମଣି ତ୍ରିପାଠୀଙ୍କୁ ଶ୍ରମ କମିଶନର ଭାବେ ବଦଳି କରାଯାଇଛି।

Advertisement

୨0୧୨ ମସିହା ଆଇଏସ ଅଫିସର ପୋମା ଟୁଡ଼ୁଙ୍କୁ ଅନୁସୂଚିତ ଜନଜାତି ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେହିପରି ୨0୧୬ ଆଇଏସ ଅଫିସର ତ୍ରିଲୋଚନ ମାଝୀଙ୍କୁ ଗୃହ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ୨0୧୨ ଆଇଏସ ଅଫିସର ସିଦ୍ଧାର୍ଥ ଦାସଙ୍କୁ ରାଜ୍ୟ ସମବାୟ ସୋସାଇଟି ରେଜିଷ୍ଟ୍ରାର ଭାବେ ବଦଳି କରାଯାଇଛି। ବିଜୟ କୁମାର ପୃଷ୍ଟିଙ୍କୁ ଇଷ୍ଟେଟ୍ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି ଓ ସେ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ(ଏକ୍ସଅଫିସିଓ) ଭାବେ ମଧ୍ୟ କାର୍ଯ୍ୟ କରିବେ। ସତ୍ୟବ୍ରତ ରାଉତଙ୍କୁ ପୂର୍ତ୍ତ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।

ଆନ୍ତଃ କ୍ୟାଡ଼ର ଡେପୁଟେସନରେ ଓଡ଼ିଶା ଆସିଥିବା ମୋନିକା ପ୍ରିୟଦର୍ଶିନୀଙ୍କୁ ଓଡ଼ିଶା ଜୀବିକାମିଶନର ମିଶନ ନିର୍ଦ୍ଦେଶିକା ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ହକି ପ୍ରମୋସନ କାଉନସିଲ ଦୀପଙ୍କର ମହାପାତ୍ରଙ୍କୁ କ୍ରୀଡ଼ା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଥିବାବେଳେ ସ୍ମିତା ରାଉତଙ୍କୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶିକା ଭାବେ ଅବସ୍ଥାପିତ କରାଯାଇଛି। ସ୍ମିତା ରାଉତ ଏବେ ଅର୍ଥ ବିଭାଗର ଅତିରିକ୍ତ ସଚିବ ଅଛନ୍ତି।

Leave a Reply

Your email address will not be published. Required fields are marked *