Pratidin TV

Odisha's Digital News Platform

ଆହୁରି ବର୍ଷିବ , ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ..

ରାଜ୍ୟର ଅନେକ ସ୍ଥାନରେ ଲାଗି ରହିଛି ବର୍ଷା । ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଉଛି । ତେବେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ୯ ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ସୁବର୍ଣ୍ଣପୁର ଓ ବୌଦ୍ଧ ଏହି ଜିଲ୍ଲା ଗୁଡିକୁ ସତର୍କ ସୂଚନା ଜାରି କରାଯଇଛି ।

ସେହିପରି କଟକ, ନୟାଗଡ଼, କନ୍ଧମାଳ, ଢେଙ୍କାନାଳ ଓ ଯାଜପୁରରେ ବି ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ସମୟରେ ଘଣ୍ଟା ପ୍ରତି ୩୦ରୁ ୪୦କିଲୋମିଟର ବେଗରେ ପବନ ବହିବାର ଆଶଙ୍କା କରାଯାଉଛି । କିଛି ସ୍ଥାନରେ କୁଆ ପଥର ବର୍ଷା ନେଇ ସତର୍କତା ଜାରି କରାଯାଇଛି । ବାକି ୧୬ ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହିତ ଘଡଘଡି ବିଜୁଳି ଅନୁଭୂତ ହେବ । ଆସନ୍ତାକାଲି ପ୍ରଚଣ୍ଡ ବଜ୍ରପାତ ନେଇ ୧୧ଟି ଜିଲ୍ଲାକୁ ଅରେଞ୍ଜ ଏବଂ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

Leave a Reply

Your email address will not be published. Required fields are marked *