ଚତୁର୍ଦ୍ଧାମୂର୍ତ୍ତିଙ୍କ ଜ୍ୱର ଉପଶମ ପାଇଁ ଆଜିଠୁ ଓଷ ଲାଗି
1 min readଭୁବନେଶ୍ୱର: ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଅଣସର ଘରେ ଜ୍ୱରରେ ପୀଡିତ ଅଛନ୍ତି ମହାପ୍ରଭୁ। ଶ୍ରୀଜିଉଙ୍କ ଜ୍ୱର ଉପଶମ ପାଇଁ ଶ୍ରୀମନ୍ଦିରରେ ଗୁପ୍ତ ସେବା ଜାରି ରହିଛି। ଗତକାଲି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଫୁଲୁରୀ ତେଲ ଲାଗି ହେବା ପରେ ସାମାନ୍ୟ ସୁସ୍ଥ ହୋଇଛନ୍ତି ମହାପ୍ରଭୁ। ଆଜିଠାରୁ ନବମୀ ତିଥି ପର୍ୟ୍ୟନ୍ତ ମହାପ୍ରଭୁଙ୍କ ଠାରେ ଓଷ ଲାଗି ହେବାର ଵିଧି ରହିଛି ।
ଆଜି ମଧ୍ୟାହ୍ନ ଧୂପ ପରେ ସୁଦ୍ଧଶୁଆର ମାନେ ପ୍ରସ୍ତୁତ କରିଥିବା ଝୁଣା, ତେଲ ଓ ବିଭିନ୍ନ ଚେର ମୂଳିରେ ପ୍ରସ୍ତୁତ ଔଷଧକୁ ଦଇତାପତି ସେବକମାନେ ଶ୍ରୀଜିଉଙ୍କ ଅଙ୍ଗରେ ଲଗାଇବେ। ଆଜିଠୁ ତିନିଦିନ ଧରି ମହାପ୍ରଭୁଙ୍କୁ ଓଷ ଲାଗି କରାଯିବ । ଷଷ୍ଠୀ ଠାରୁ ନବମୀ ତିଥି ପର୍ୟ୍ୟନ୍ତ ଏହି ଔଷଧ ଲାଗି କରାଯିବ। ଫଳରେ କିଛି ମାତ୍ରାରେ ଶ୍ରୀଜିଉ ଜ୍ୱରରୁ ଉପଶମ ପାଇବେ। ଦଶମୀ ଦିନ ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ମୋଦକ ଖାଇବା ପରେ ମହାପ୍ରଭୁ ସମ୍ପୂର୍ଣ୍ଣ ଉପଶମ ହେବେ ।