Pratidin TV

Odisha's Digital News Platform

ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ , ମେଡିକାଲ ରେ ଚାଲିଛି ଚିକିତ୍ସା ..

ପୁଣି ଅସୁସ୍ଥ ହେଲେ କମଳା ପୂଜାରୀ । ଗତକାଲି ସନ୍ଧ୍ୟାରେ ସେ ଅସୁସ୍ଥ ହୋଇପଡିଥିବା ଜଣାପଡିଛି । ସେ ଅସୁସ୍ଥ ହେବା ପରେ ତାଙ୍କୁ ସଙ୍ଗେ ସଙ୍ଗେ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମେଡିକାଲ ରେ ୮ଜଣିଆ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଅନୁଧ୍ୟାନ କରୁଛନ୍ତି।

ଜୟପୁର ବିଡିଓ ହସ୍ପିଟାଲ ଯାଇ ତାଙ୍କ ସ୍ୱାସ୍ଥ୍ୟବସ୍ଥା ନେଇ ଡାକ୍ତରୀ ଟିମ ସହ ଆଲୋଚନା କରିଥିବାଜଣାପଡିଛି । ବର୍ତ୍ତମାନ କମଳାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି। ବାର୍ଦ୍ଧକ୍ୟ ଜନିତ ଯୋଗୁ ସେ ଅସୁସ୍ଥ ହୋଇପଡ଼ିଥିବା ଜଣାଯାଇଛି । ପଦ୍ମଶ୍ରୀ କମଳା ପୂଜାରୀ ଜୈବିକ ପଦ୍ଧତିରେ ବିଭିନ୍ନ ପ୍ରକାରର ଧାନ ଉତ୍ପାଦନ କରି ଚର୍ଚ୍ଚାକୁ ଆସିଥିଲେ।ଏଥିପାଇଁ ତାଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଇଥିଲା।

Leave a Reply

Your email address will not be published. Required fields are marked *