Pratidin TV

Odisha's Digital News Platform

ପରଲୋକରେ ପଦ୍ମଶ୍ରୀ କମଳା ପୂଜାରୀ ।

1 min read

ଆଖିବୁଜିଲେ ପଦ୍ମଶ୍ରୀ କମଳା ପୂଜାରୀ । କଟକ ଝଉଈରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛିି । ତେବେ କମଳା ପୂଜାରୀଙ୍କ ମୃତ୍ୟୁ ହୃଦଘାତରେ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା। କିଡନୀ ଜନିତ ସମସ୍ୟାରେ ଆକ୍ରାନ୍ତ ହୋଇ ସେ ମେଡିକାଲରେ ଭର୍ତ୍ତି ହୋଇଥିଲେ।

ଗତ ଦୁଇ ବର୍ଷ କମଳା ପୂଜାରୀ କିଡନୀ ରୋଗରେ ଆକ୍ରାନ୍ତ ହୋଇଥିଲେ। ଆଗରୁ ବହୁ ବାର କମଳା ପୂଜାରୀ ଏସସିବି ମେଡିକାଲ ଆସି ଚିକିତ୍ସିତ ହେବା ପରେ ସୁସ୍ଥ ହୋଇ ନିଜ ଘରକୁ ଫେରିଥିଲେ। ହେଲେ ପୁଣି ୧୬ ତାରିଖ ସନ୍ଧ୍ୟାରେ କମଳା ପୂଜାରୀ ଅସୁସ୍ଥ ହୋଇପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ୮ଜଣିଆ ଡାକ୍ତରୀ ଟିମ୍ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଅନୁଧ୍ୟାନ କରୁଥିଲେ। ୧୮ ତାରିଖରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଝଉଈର ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଏସସିବି ମେଡ଼ିସିନ ବିଭାଗର ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଏକ ଚାରିଜଣିଆ ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଥିଲେ।

Advertisement

ଅନ୍ୟପଟେ କମଳା ପୂଜାରୀଙ୍କ ବିୟୋଗରେ ଗଭୀର ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କମଳାଙ୍କ ପୁଅ ଟଙ୍କଧରଙ୍କ ସହ ଫୋନ ଯୋଗେ କଥା ହୋଇଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। କହିଛନ୍ତି, କମଳା ପୂଜାରୀଜଣେ ଅସାଧାରଣ ଗୁଣୀ, ସାଧିକା ଓ ତ୍ୟାଗୀ ମହିଳା ଥିଲେ। ଶସ୍ୟ ସରଂକ୍ଷଣ ଓ ପରିବେଶସୁରକ୍ଷା ଦିଗରେ ତାଙ୍କ ଅବଦାନ ରାଜ୍ୟ ଓ ଦେଶ କେବେ ଭୁଲି ପାରିବ ନାହିଁ।

Leave a Reply

Your email address will not be published. Required fields are marked *