Pratidin TV

Odisha's Digital News Platform

ପୁଣି ଅସୁସ୍ଥ ପଦ୍ମଶ୍ରୀ କମଳା ପୂଜାରୀ , କଟକ ଏସ୍‌ସିବିରେ ହେଲେ ଭର୍ତ୍ତି ..

ଅସୁସ୍ଥ ହେଲେ ପଦ୍ମଶ୍ରୀ କମଳା ପୂଜାରୀ। ତାଙ୍କୁ କଟକ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଛି। ଗୁରୁବାର ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କୁ କଟକ ଅଣାଯାଇ ଏସ୍‌ସିବିର ମେଡିସିନ୍‌ ବିଭାଗ ଆଇସିୟୁରେ ଭର୍ତ୍ତି କରାଯାଇ ତାଙ୍କର ଚିକିତ୍ସା ଚାଲିଛି। କିଡ୍‌ନୀ ଜନିତ ସମସ୍ୟା ସହ ଜ୍ବର ରୋଗରେ ଆକ୍ରାନ୍ତ ହୋଇଛନ୍ତି କମଳା ପୂଜାରୀ। ଏସ୍‌ସିବି ମେଡିସିନ୍‌ ବିଭାଗର ପ୍ରଫେସର ଡା. ଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଏକ ୪ଜଣିଆ ଡାକ୍ତରୀ ଟିମ୍‌ ତାଙ୍କର ଚିକିତ୍ସା କରୁଛନ୍ତି।

ମେଡିସିନ୍‌ ବିଭାଗ, ନେଫ୍ରୋଲୋଜି ବିଭାଗ ଓ ପଲ୍ୟୁମନାରୀ ମେଡିସିନ୍‌ ବିଭାଗର ୪ଜଣ ଡାକ୍ତରଙ୍କୁ ନେଇ ଏହି ଡାକ୍ତରୀ ଟିମ୍‌ ଗଠନ କରାଯାଇଛି। ପୂର୍ବରୁ ବହୁବାର ମଧ୍ୟ କମଳା ପୂଜାରୀ ଏସ୍‌ସିବି ମେଡିକାଲ ଆସି ଚିକିତ୍ସିତ ହୋଇଯାଇଥିଲେ।ଗତ ମଙ୍ଗଳବାର ସନ୍ଧ୍ୟାରେ ଅସୁସ୍ଥ ହେବା ପରେ ତାଙ୍କୁ ଜୟପୁର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏକ ସ୍ବତନ୍ତ୍ର କ୍ୟାବିନରେ ତାଙ୍କ ସ୍ବାସ୍ଥ୍ୟ ଯାଞ୍ଚ କରୁଥିଲେ ୮ ଜଣିଆ ଡାକ୍ତରୀ ଟିମ୍। ତେବେ ବାର୍ଦ୍ଧକ୍ୟ ଯୋଗୁଁ ସେ ବାରମ୍ବାର ଅସୁସ୍ଥ ହୋଇପଡୁଥିବା ଜଣାପଡିଛି।

Leave a Reply

Your email address will not be published. Required fields are marked *