Pratidin TV

Odisha's Digital News Platform

ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର ; ଫ୍ରେବୃଆରୀ ୧୬ ରୁ ଆରମ୍ଭ ଯୁକ୍ତ ୨ ପରୀକ୍ଷା………..

ଭୁବନେଶ୍ୱର ; ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର । ଆସନ୍ତା ବର୍ଷ ଫ୍ରେବୃଆରୀ ୧୬ ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା । ଏହା ଫ୍ରେବୃଆରୀ ୧୬ ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ଯାଏଁ ଚାଲିବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଶୁକ୍ରବାର ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ କରାଯାଇଛି ।

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଫ୍ରେବୃଆରୀ ୧୬ରୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହେବ। ଏହା ପରଦିନ ଅର୍ଥାତ ୧୭ ତାରିଖରୁ ବାଣିଜ୍ୟ ଓ କଳା ପରୀକ୍ଷା ଆରମ୍ଭ ହେବ। ଏହା ପୂର୍ବରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଜାନୁୟାରୀ ୨ରୁ ୨୦ ତାରିଖ ଯାଏ ଚାଲିବ । ଏନେଇ ପୂର୍ବରୁ କାଉନସିଲ ତରଫରୁ ସୂଚନା ଦିଆଯାଇଛି।

ଅନ୍ୟପଟେ ଫେବ୍ରୁଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ୍‌ ପରୀକ୍ଷା । ମାଟ୍ରିକ ପରୀକ୍ଷା ଆରମ୍ଭ ହେବା ନେଇ ବୋର୍ଡ ପକ୍ଷରୁ ପୂର୍ବରୁ ସୂଚନା ଦିଆଯାଇଛି । ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ପରୀକ୍ଷା ହେବ ।

Leave a Reply

Your email address will not be published. Required fields are marked *