Pratidin TV

Odisha's Digital News Platform

ଯୁକ୍ତ ୩ ନାମଲେଖା ; ପ୍ରଥମେ ନାମଲେଖାଇ ସାରିଥିବା ଛାତ୍ରଛାତ୍ରୀ ମାନେବି ୨ୟ ପର୍ଯ୍ୟାୟ ପାଇଁ ସୁଯୋଗ ପାଇବେ ।

1 min read

xପ୍ରେସମିଟ କରି ଯୁକ୍ତ ୩ ନାମଲେଖା ପାଇଁ ବଡ ସୂଚନା ଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଶୀ ସୂରଜ । ପରିବର୍ତ୍ତିତ ହୋଇଛି ଯୁକ୍ତ ୩ ନାମଲେଖାର ଗାଇଡଲାଇନ୍ । ନୂଆ ଗାଇଡଲାଇନ୍ ଅନୁଯାୟୀ ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଲେ ବି ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଛାତ୍ରଛାତ୍ରୀଙ୍କୁ ସୁଯୋଗ ମିଳିବ।

ଛାତ୍ରଛାତ୍ରୀଙ୍କ ହିତ ଦୃଷ୍ଟିରୁ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଥିବା ସେ କହିଛନ୍ତି। ଏନେଇ ୱେବସାଇଟ୍ ଆଉଥରେ ଖୋଲାଯାଇଛି। ଆସନ୍ତାବର୍ଷଠୁ ଏହି ନିୟମ କଡ଼ାକଡ଼ି ଭାବେ ପାଳନ କରାଯିବ। ୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ ତିନି ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ପ୍ରକ୍ରିୟା ଗତ ୧୨ ତାରିଖରୁ ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା ଆସନ୍ତା ୨୬ ତାରିଖ ଯାଏ ଚାଲିବ।

ପୂର୍ବରୁ ଜାରି ହୋଇଥିବା ଗାଇଡଲାଇନ୍ ଅନୁସାରେ ପ୍ରଥମ ପର୍ଯ୍ୟାୟରେ ଚଏସ୍ ଲକିଂ କରିଥିବା ଛାତ୍ରଛାତ୍ରୀ ଦ୍ୱିତୀୟ ପର୍ଯ୍ୟାୟରେ ଆବେଦନ କରିପାରିବେ ନାହିଁ ବୋଲି ଉଲ୍ଲେଖ ରହିଥିଲା। ମାତ୍ର ଏହି ନିୟମରେ ଏବେ ପରିବର୍ତ୍ତନ କରାଯାଇଛି।

Leave a Reply

Your email address will not be published. Required fields are marked *