ଚାଷୀଙ୍କ ପାଇଁ ଆସିଲା ଖୁସି ଖବର ,ଅକ୍ଟୋବର ୫ରେ ମିଳିବ ପିଏମ କିଷାନ ଟଙ୍କା…
1 min readଚାଷୀଙ୍କ ପାଇଁ ଆସିଲା ଖୁସି ଖବର । ଆସନ୍ତା ୫ ତାରିଖରେ ମିଳିବ ପିଏମ କିଷାନ ଟଙ୍କା । ମହାରାଷ୍ଟ୍ରରୁ ପ୍ରଧାନମନ୍ତ୍ରୀ ପଠାଇବେ ଯୋଜନାର ୧୮ ତମ କିସ୍ତି । ୯ କୋଟି ୫୦ ଲକ୍ଷ ଟଙ୍କା ଚାଷୀଙ୍କ ଖାତାକୁ ଯିବ । ୨୦ ହଜାର କୋଟି ଟଙ୍କାର ଆର୍ଥିକ ସହାୟତା ଦିଆଯିବ । ମହାରାଷ୍ଟ୍ରରୁ ସିଧାସଳଖ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।ଦେଶରେ ଅନେକ ପ୍ରକାରର ଯୋଜନା ଚାଲିଛି ଯାହା ମାଧ୍ୟମରେ ପ୍ରାୟ ପ୍ରତ୍ୟେକ ଯୋଗ୍ୟ ବ୍ୟକ୍ତି ଉପକୃତ ହେଉଛନ୍ତି ।
ଏଭଳି ଏକ ଯୋଜନା ଅଧୀନରେ ଯୋଗ୍ୟ କୃଷକମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି ଏବଂ ବର୍ତ୍ତମାନ ପରବର୍ତ୍ତୀ ଅର୍ଥାତ୍ ୧୮ତମ କିସ୍ତି ଜାରି ହେବାର ତାରିଖ କୁହାଯାଇଛି । ସରକାରଙ୍କ କହିବା ଅନୁଯାୟୀ, ଏବେ ୫ ଅକ୍ଟୋବର ୨୦୨୪ରେ ୧୮ତମ କିସ୍ତି ପ୍ରଦାନ କରାଯିବ।ପୂର୍ବରୁ ଜୁନ ୧୮ ତାରିଖରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଯାଇଥିଲା।ପିଏମ-କିଷାନ ଯୋଜନାରେ କୃଷକମାନଙ୍କ ଆର୍ଥିକ ଆବଶ୍ୟକତା ପୂରଣ କରାଯାଏ। ପେବୃଆରୀ ୨୦୧୯ରେ ଏହି ଯୋଜନାର ଶୁଭାରମ୍ଭ କରାଯାଇଥିଲା। ଏହି ଯୋଜନା ଅଧୀନରେ ଡିବିଟି ଜରିଆରେ ଚାଷୀଙ୍କ ଆଧାର ସହ ସଂଯୁକ୍ତ ବ୍ୟାଙ୍କ ଆକାଉଣ୍ଟକୁ ୩ଟି କିସ୍ତିରେ ୬ହଜାର ଟଙ୍କା ପ୍ରଦାନ କରାଯାଏ।