Pratidin TV

Odisha's Digital News Platform

ଆରପାରିରେ ପୋଲସରାର ବିଧାୟକ ।

1 min read

ଆରପାରିରେ ପୋଲସରାର ବିଧାୟକ । ଗଞ୍ଜାମ ପୋଲସରାର ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ଗତକାଲି ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା।

ଦୀର୍ଘଦିନ ଧରି ସ୍ୱାସ୍ଥ୍ୟଗତ ସମସ୍ୟାକୁ ନେଇ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଚିକିତ୍ସାଧୀନ ଥିଲେ।ପୋଲସରା ନିର୍ବାଚନ ମଣ୍ଡଳୀରେ ବିଜେଡିରୁ ୨୦୦୪ରୁ ୨୦୧୪ ଯାଏଁ ବିଧାୟକ ହୋଇଥିଲେ ନିରଞ୍ଜନ।

Advertisement

ଶ୍ରୀଯୁକ୍ତ ପ୍ରଧାନ ବିଜେଡି ଟିକେଟରେ ୨୦୦୪ ଓ ୨୦୦୯ରେ ବିଧାୟକ ହୋଇଥିଲେ। କିନ୍ତୁ ୨୦୧୯ ନିର୍ବାଚନ ସମୟରେ ଦଳ ତାଙ୍କୁ ଟିକେଟ ଦେଇନଥିଲା। ଏଥିରେ ଅସନ୍ତୋଷ ବ୍ୟକ୍ତ କରି ବିଜେଡି ଛାଡ଼ି ସେ ବିଜେପିରେ ସାମିଲ ହୋଇଥିଲେ।

Leave a Reply

Your email address will not be published. Required fields are marked *