Pratidin TV

Odisha's Digital News Platform

(video)ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଏୟାରଲିପ୍ଟ , ଆସୁଛନ୍ତି ଭୁବନେଶ୍ୱର ଆପୋଲୋ ହସ୍ପିଟାଲକୁ ।

1 min read

ଭୁବନେଶ୍ୱର ; ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଏୟାରଲିପ୍ଟ କରାଯାଇଛି । ଦୁର୍ଘଟଣାର ଶିକାର ହୋଇ ଆହତ ହୋଇଥିବା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ପ୍ରଥମେ ଆମ୍ବୁଲାନ୍ସ ଯୋଗେ ସମ୍ବଲପୁରରୁ ଜମାଦାରପାଲ୍ଲି ଏୟାରଷ୍ଟ୍ରିପକୁ ଅଣାଯାଉଛି । ଏହାପରେ ତାଙ୍କୁ ଭୁବନେଶ୍ୱର ଆପୋଲୋ ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଥିବା ପରିବାର ଲୋକଙ୍କ ପକ୍ଷରୁ ସୂଚନା ମିଳିଛି ।

ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରରୁ ବରଗଡ ଯାଉଥିବା ବେଳେ ଦୁର୍ଘଟଣାର ଶୀକାର ହୋଇଥିଲେ ବିଜୁ ଜନତା ଦଳର ଟାଣୁଆ ନେତା ପ୍ରସନ୍ନ ଆଚାର୍ଯ୍ୟ । ତେବେ ପ୍ରସନ୍ନ ଆଚାର୍ଯ୍ୟଙ୍କ ପିଏସ୍‌ଓ ଏବଂ ଡ୍ରାଇଭର ସାମାନ୍ୟ ଆହତ ହୋଇଥିବା ଜଣାପଡିଛି ।

Advertisement

Leave a Reply

Your email address will not be published. Required fields are marked *