Pratidin TV

Odisha's Digital News Platform

ପ୍ରଶାନ୍ତ ଜଗଦ୍ଦେବଙ୍କୁ ବଡ଼ ଝଟକା , ଜାମିନ ଆବେଦନ ଖାରଜ ..

1 min read

ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଲାଗିଲା ବଡ଼ ଝଟକା। ମିଳିଲାନି ଜାମିନ ଜାମିନ ଆବେଦନ ଖାରଜ କଲେ ଖୋର୍ଦ୍ଧା ଅତିରିକ୍ତ ଜିଲା ଦୌରାଜଜ-୨  ।ଇଭିଏମ୍ ଭଙ୍ଗାରୁଜା ଅଭିଯୋଗରେ ସେ ଗିରଫ ହୋଇଥିଲେ। ଗତ ୨୫ ତାରିଖରେ ପ୍ରଶାନ୍ତ ଜଗଦ୍ଦେବ ବେଗୁନିଆ- ବୋଲଗଡ଼ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କାଉଁରିଆ ପାଟଣା ୧୧୪ ନମ୍ବର ବୁଥରେ ଗଣ୍ଡଗୋଳ କରିଥିବା ଅଭିଯୋଗ ହୋଇଥିଲା। ପୋଲିଂ କର୍ମଚାରୀଙ୍କୁ ଧମକ ଦେବା ଓ ଇଭିଏମ୍ ଭାଙ୍ଗିବା ଭଳି  ଅଭିଯୋଗ ହୋଇଥିଲା ।

ଗଣ୍ଡଗୋଳ ପରେ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଗାଡ଼ିରେ ଫେରାର ହେବାକୁ ଉଦ୍ୟମ କରିବା ବେଳେ ପୋଲିସ ତାଙ୍କୁ ଅଟକ ରଖିଥିଲା। ତେବେ ସମ୍ପୃକ୍ତ ବୁଥର ପ୍ରିଜାଇଡିଂ ଅଫିସରଙ୍କ ଏତଲା ଆଧାରରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯାଇଥିଲା।  ପରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା ।

Advertisement

Leave a Reply

Your email address will not be published. Required fields are marked *