Pratidin TV

Odisha's Digital News Platform

ପ୍ରଶାନ୍ତ ଜଗଦେବଙ୍କୁ ମିଳିଲା ୩ ଦିନ ଅନ୍ତରୀଣ ଜାମିନ ..

1 min read

ନବନିର୍ବାଚିତ ଖୋର୍ଦ୍ଧାର ବିଜେପି ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଅନ୍ତରୀଣ ଜାମିନ । ଅତିରିକ୍ତ ପ୍ରଥମ ଶ୍ରେଣୀ ଜିଲା ଦୌରାଜଜ ୩ ଦିନ ପାଇଁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ନିକଟରେ ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଁ ସେ ଆବେଦନ କରିଥିଲେ। ପୁତୁରାଙ୍କ ଶୁଦ୍ଧିକ୍ରିୟାରେ ଜଗଦ୍ଦେବ ଯୋଗଦେବା ପାଇଁ ବରିଷ୍ଠ ଓକିଲ ପ୍ରଭାତ ଦାସ କୋର୍ଟରେ ଜାମିନ ଆବେଦନ କରିଥିଲେ। ସରକାରୀ ଓକିଲ ଏବଂ ଜଗଦ୍ଦେବଙ୍କ ଓକିଲଙ୍କ ପକ୍ଷ ଶୁଣିବା ପରେ କୋର୍ଟ ଏହି ରାୟ ଦେଇଛନ୍ତି।

ସୂଚନାଯୋଗ୍ୟ ଚଳିତ ସାଧାରଣ ନିର୍ବାଚନରେ ଖୋର୍ଦ୍ଧାରୁ ବିଜେପିର ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବ ଗତ ୨୫ ତାରିଖ ବୋଲଗଡ଼ର ଏକ ବୁଥରେ ପଶି ଇଭିଏମ ଭଙ୍ଗାରୁଜା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା ।୯ ତାରିଖରୁ ତାଙ୍କୁ ୩ ଦିନ ଲାଗି ଅନ୍ତରୀଣ ଜାମିନ ମିଳିଛି । ବର୍ତ୍ତମାନ ପ୍ରଶାନ୍ତ ଜଗଦେବଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ନଥିବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ସେ ଚିକିତ୍ସିତ ହେଉଛନ୍ତି ।

Advertisement

Leave a Reply

Your email address will not be published. Required fields are marked *