୭୪ବର୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ; ଶୁଭେଚ୍ଛା ଜଣାଇଲେ ମୋହନ ମାଝୀ, ରାଷ୍ଟ୍ରପତି
1 min readପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆଜି ଜନ୍ମଦିନ। ୭୪ବର୍ଷରେ ପଦାର୍ପଣ କରିଛନ୍ତି। ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଛୁଟିଛି ଶୁଭେଚ୍ଛାର ସୁଅ। ୧୯୫୦ ମସିହା ସେପ୍ଟେମ୍ବର ୧୭ରେ ଗୁଜରାଟର ଭେଡନଗରରେ ଜନ୍ମଗ୍ରହଣ କରିଥିଲେ ମୋଦୀ। ଲଗାତାର ତୃତୀୟ ଥର ଦେଶର ପ୍ରଧାନମନ୍ତ୍ରୀ ହୋଇ ନେହେରୁଙ୍କ ସମକ୍ଷକ ହୋଇପାରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁୁର୍ମୁ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁଭେଚ୍ଛା ଜଣାଇଛନ୍ତି।
ଉତ୍ତରପ୍ରଦେଶର ବାରାଣସୀ ସଂସଦୀୟ କ୍ଷେତ୍ରରୁ ଲଗାତାର ତିନିଥର ନିର୍ବାଚିତ ହୋଇ ଭାରତର ପ୍ରଧାନମନ୍ତ୍ରୀ ହୋଇଛନ୍ତି ମୋଦି। ଅଣକଂଗ୍ରେସ ପ୍ରଧାନମନ୍ତ୍ରୀ ଭାବେ ଲମ୍ବା ସମୟ ଯାଏ କାର୍ଯ୍ୟ କରିବାରେ ମୋଦି ହେଉଛନ୍ତି ପ୍ରଥମ। ୨୦୦୧ରୁ ୨୦୧୪ ଯାଏ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଲମ୍ବା ସମୟ ଯାଏ ସେ କାର୍ଯ୍ୟ କରିଛନ୍ତି। ଏହାପରେ ୨୦୧୪ରୁ ଦେଶର ପ୍ରଧାନମନ୍ତ୍ରୀ ଭାବେ ନିରବଚ୍ଛିନ ଭାବେ ଦାୟିତ୍ୱ ତୁଲାଇ ଆସିଛନ୍ତି ପ୍ରଧାନମନ୍ତ୍ରୀ। ଆଜି ଜନ୍ମଦିନ ଅବସରରେ ମୋଦିଙ୍କ ନିକଟକୁ ଶୁଭେଛାର ସୁଅ ଛୁଟିଛି ।
ତେବେ ଆଜି ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ୱର ଆସୁଛନ୍ତି | ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ସୁଭଦ୍ରା ଯୋଜନାରେ ମହିଳାଙ୍କୁ ପ୍ରଥମ କିସ୍ତି ବାଣ୍ଟିବେ।