Pratidin TV

Odisha's Digital News Platform

ଆଉ ଶଙ୍ଖ ଫୁଙ୍କିବେନି ବିଧାୟକ ପ୍ରିୟଦର୍ଶୀ ମିଶ୍ର , ହାତରେ ଧରିଲେ ପଦ୍ମ ।

1 min read

ବିଜେଡି ହାତ ଛାଡିଲେ ଉତ୍ତର ଭୁବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର। ଆଉ ଫୁଙ୍କିବେନି ଶଙ୍ଖ । ଆଜି ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ସେ ତାଙ୍କ ଇସ୍ତଫାପତ୍ର ପଠାଇ ଦେଇଛନ୍ତି। ଦଳ ତାଙ୍କୁ ଅଣଦେଖା କରିଥିବା କଥା ସେ ଚିଠିରେ ଉଲ୍ଲେଖ କରିଛନ୍ତି ।

ଇସ୍ତଫା ଦେଇ ସାରିବା ପରେ ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ସେ ଦଳରେ ସାମିଲ ହୋଇଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ବିଜେପି ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂହ ତୋମାର ଓ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ପ୍ରିୟଦର୍ଶୀ ମିଶ୍ର ଦଳରେ ଯୋଗ ଦେଇଛନ୍ତି।

Advertisement

ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀଙ୍କ ଜ୍ୱାଇଁ ହେଉଛନ୍ତି ପ୍ରିୟଦର୍ଶୀ ମିଶ୍ର। ସେ ୨୦୧୪ରେ ଉତ୍ତର ଭୁବନେଶ୍ୱର ଆସନରୁ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। କିନ୍ତୁ ୨୦୧୯ରେ ତାଙ୍କୁ ଟିକେଟ୍ ଦିଆଯାଇ ନଥିଲା।

Leave a Reply

Your email address will not be published. Required fields are marked *