ଜୁଲାଇ ୨୯ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ..
1 min readଅଭିଯୋଗ ଶୁଣାଣି ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । କାରଣ ବର୍ତ୍ତମାନ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଜାରି ରହିଛି । ସେଥିପାଇଁ ଆସନ୍ତା ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ ।
ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଛି । ଏହା ପୂର୍ବରୁ ଗତ ୨୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା । ଗତ ୨୨ ତାରିଖ ଠାରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେଉଥିବାରୁ ଅଭିଯୋଗ ଶୁଣାଣିକୁ ବନ୍ଦ ରଖାଯାଇଥିଲା