Pratidin TV

Odisha's Digital News Platform

ଶ୍ରୀମନ୍ଦିରରେ ଅଣହିନ୍ଦୁଙ୍କ ପ୍ରବେଶକୁ ରୋକିବେ ସେବାୟତ , ପୁରୀ ଶ୍ରୀମନ୍ଦିର ପ୍ରଶାସନର ପ୍ରୟାସ ।

1 min read

ନିକଟରେ ଶ୍ରୀମନ୍ଦିରର ପ୍ରଶାସନର କଡା ତଦାରଖ ସତେ ମନ୍ଦିର ଭିତରେ ଅଣହିନ୍ଦୁ ପ୍ରବେଶ କରିଥିଲେ । ଏହି ମାମଲାକୁ ଗୁରୁତର ସହ ନେଇ ଅଣହିନ୍ଦୁ ପ୍ରବେଶ ରୋକିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପ୍ରୟାସ ଆରମ୍ଭ କରିଛି। ଶ୍ରୀମନ୍ଦିରର ସିଂହଦ୍ୱାରରେ ପ୍ରତିହାରୀ ସେବକଙ୍କୁ ମୁତୟନ କରିବାକୁ ନିଷ୍ପତ୍ତି ନିଆଯାଇଛି। ପଣାସଂକ୍ରାନ୍ତି ଠାରୁ ସକାଳେ ଓ ସନ୍ଧ୍ୟାରେ ଦୁଇ ଜଣ ପ୍ରତିହାରୀ ସେବାୟତଙ୍କୁ ସିଂହଦ୍ୱାରରେ ମୁତୟନ କରାଯିବ ।

ପରବର୍ତ୍ତି ପର୍ଯ୍ୟାୟରେ ୪ ଦ୍ୱାରରେ ପ୍ରତିହାରୀ ସେବାୟତଙ୍କୁ ନିୟୋଜିତ କରାଯିବା ବୋଲି ନିଷ୍ପତି ହୋଇଛି । ରେକର୍ଡ ଅଫ ରାଇଟସ୍ ଅନୁଯାୟୀ ପୂର୍ବରୁ ପ୍ରତିହାରୀ ସେବାୟତ ମାନେ ଶ୍ରୀମନ୍ଦିର ଚାରିଦ୍ୱାରରେ ମୁତୟନ ରହୁଥିବା ବେଳେ ଏବେ କିଛି ଦିନ ହେଲା ସେ ବ୍ୟବସ୍ଥା ବନ୍ଦ ରହିଛି । ତେବେ ପୂନର୍ବାର ପ୍ରତିହାରୀ ସେବାୟତ ମାନେ ସିଂହଦ୍ୱାର ଖୋଲିବା ସମୟରେ ଓ ସନ୍ଧ୍ୟା ଧୂପ ପରେ ସେଠାରେ ମୁତୟନ ରହିବେ ବୋଲି ନିଯୋଗର ସମ୍ପାଦକ କହିଛନ୍ତି ।

Advertisement

ସୂଚନା ଅନୁସାରେ ଗତ ମାର୍ଚ୍ଚ ମାସରେ ସୁରକ୍ଷାବଳୟ ଭାଙ୍ଗି ଦୁଇ ଜଣ ବିଦେଶୀ ପର୍ଯ୍ୟଟକ ଶ୍ରୀମନ୍ଦିର ଭିତରେ ଅବାଧରେ ପ୍ରବେଶ କରିଥିଲେ । ସେବାୟତ ମାନେ ସେମାନଙ୍କୁ ଚିହ୍ନଟ କରି ସିଂହଦ୍ୱାର ଥାନାରେ ଜିମା ଦେଇଥିଲେ ।

Leave a Reply

Your email address will not be published. Required fields are marked *