Pratidin TV

Odisha's Digital News Platform

ପୁରୀ ବାଣ ବିସ୍ପୋରଣ ଘଟଣା , ୮ କୁ ବଢିଲା ମୃତ୍ୟୁ ସଂଖ୍ୟା

ପୁରୀ ନରେନ୍ଦ୍ର ପୋଖରୀ ବାଣ ବିସ୍ପୋରଣ ଘଟଣା ଦିନକୁ ଦିନକୁ ଅଧିକ ଭୟାନକ ହେଉଛି । ଆଜି ମୃତ୍ୟୁ ସଂଖ୍ୟା ୮ କୁ ବୃଦ୍ଧି ପାଇଛି । ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୬ ରେ ପହଞ୍ଚିଥିଲା । ଏବଂ ଆଜି ସକାଳୁ ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ଖବର ସାରା ଓଡିଶାରେ ଚହଳ ସୃଷ୍ଟି କରିଛି । ତେବେ ୩୦ ଗୁରୁତର ମଧ୍ୟରୁ ଏବେ ୨୨ ଜଣ ଚିକିତ୍ସାଧୀନ ଅବସ୍ଥାରେ ହସ୍ପିଟାଲରେ ଅଛନ୍ତି ।

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ସହାୟତା ରାଶି ଦେବାକୁ ପୁରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ଦୁଇ ଦିନ ତଳେ ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ବେଳେ ହଠାତ୍ ଦେବୀ ଘାଟ ଦସତୁଠ ନିକଟରେ ହେଲା ବଡ଼ ଧରଣର ବିସ୍ଫୋରଣ । ଚାପ ଖେଳ ବେଳେ ଫୁଟା ଯାଉଥିବା ବାଣ ସବୁ ଏକାସଙ୍ଗେ ଫୁଟିଯାଇଥିଲା । ଆଉ ଦେଖୁ ଦେଖି ବାଣ ନିଆଁ ଆସି ଶ୍ରଦ୍ଧାଳୁଙ୍କ ଦେହରେ ପଡିଥିଲା । ନିମିଷକ ମଧ୍ୟରେ ନିଆଁରେ ପୋଡି ଯାଇଥିଲେ ପିଲାଠୁ ବଡ଼, ୩୦ରୁ ଅଧିକ ଶ୍ରଦ୍ଧାଳୁ ।

Leave a Reply

Your email address will not be published. Required fields are marked *