Pratidin TV

Odisha's Digital News Platform

ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗିରହିଛି ବର୍ଷା, ୨୬ ତାରିଖ ଯାଏ ଭିଜିବ ଉତ୍ତର ଓ ଦକ୍ଷିଣ ଓଡ଼ିଶା

ବର୍ଷାରେ ଭିଜୁଛି ସାରା ଓଡିଶା ଆସନ୍ତା ୪ ଦିନ ଭିଜେବି ଓଡିଶା | କିଛି ସ୍ଥାନରେ ହାଲୁକା ଧରଣର ବର୍ଷା ହେବ ସହ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷିପାରେ | ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ |

ତେବେ ଆସନ୍ତା ୩ ଘଣ୍ଟା ମଧ୍ୟରେ ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର, କଳାହାଣ୍ଡି, ଗଂଜାମ, ଗଜପତି ଜିଲ୍ଲାରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗରୁ ସୂଚନା ରହିଛି | ବର୍ତ୍ତମାନ ଲଘୁଚାପ ଛତିଶଗଡ଼ ଉପରେ ରହିଛି | ଏହାର ପ୍ରଭାବରେ ରାଜ୍ୟରେ ଆଗାମୀ ୩ ରୁ ୪ ଦିନ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି | ଦକ୍ଷିଣ ଏବଂ କେନ୍ଦ୍ରୀୟ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ନେଇ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ |

Leave a Reply

Your email address will not be published. Required fields are marked *