Pratidin TV

Odisha's Digital News Platform

ସୃଷ୍ଟି ହେଲାଣି ଘୂର୍ଣ୍ଣବଳୟ, କାଚିବ ବର୍ଷା ଆଉ ଭିଜିବ ଓଡିଶା

ଭୁବନେଶ୍ୱର : ଆଗକୁ ପୁଣି କାଚିବ ବର୍ଷ । ଆସନ୍ତାକାଲି ଗଣେଶ ପୂଜା ଥିବା ବେଳେ ବର୍ଷାରେ ଭିଜିବ ପୂଜା । ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଉତ୍ତର ଓଡିଶା ଓ ଦକ୍ଷିଣ ଉପକୂଳ ଓଡିଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତାକାଲି ସୁଦ୍ଧା ଏହା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ ବୋଲି ଆଶଙ୍କା କରାଯାଉଛି । ଅନ୍ୟପଟେ ଆଜି ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେହି ଜିଲ୍ଲାଗୁଡିକ ହେଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, ଜଗତସିହଂପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ମଧ୍ୟ ହୋଇପାରେ । ଆସନ୍ତାକାଲିଠୁ ବର୍ଷାର ପ୍ରଭାବ ଓ ବିସ୍ତୃତି ବଢିବ । ଲଘୁଚାପ ପ୍ରଭାବରେ ୨୦ରୁ ୨୨ ତାରିଖ ମଧ୍ୟରେ ସବୁଠୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ସମେତ ଦକ୍ଷିଣ ଉପକୂଳରେ ୨୦ ତାରିଖ ରାତିରୁ ୨୪ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି

Leave a Reply

Your email address will not be published. Required fields are marked *