Pratidin TV

Odisha's Digital News Platform

ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେବାନ୍ତ ରେଡ୍ଡୀ…

1 min read

ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେବାନ୍ଥ ରେଡ୍ଡୀ । ନିକଟରେ ଶେଷ ହୋଇଥିବା ବିଧାନସଭା ନିର୍ବାଚନରେ ଦଳର ବିଜୟ ପରେ ଅନୁମୁଲା ରେବାନ୍ଥ ରେଡ୍ଡୀ ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି । ସେହିପରି ଭଟ୍ଟୀ ବିକ୍ରମାର୍କା ମଲ୍ଲିକ ରାଜ୍ୟ ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି । ହାଇଦ୍ରାବାଦର ବିସ୍ତୃତ ଏଲ୍ ବି ଷ୍ଟାଡିୟମ୍‌ରେ ଏହି ଶପଥ ସମାରୋହରେ ଆୟୋଜିତ କରାଯାଇଥିଲା । ତେଲେଙ୍ଗାନା ରାଜ୍ୟପାଳ ଟି ସୌନ୍ଦରରାଜନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏହି ଶପଥ ସମାରୋହରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାଡଗେ, ସୋନିଆ ଗାନ୍ଧି, ରାହୁଲ ଗାନ୍ଧି ଓ ପ୍ରିୟଙ୍କା ଗାନ୍ଧି ସାମିଲ ହୋଇଛନ୍ତି ।

Advertisement

Leave a Reply

Your email address will not be published. Required fields are marked *