Pratidin TV

Odisha's Digital News Platform

ସରଧାବାଲିକୁ ଛୁଟିଛି ଭକ୍ତଙ୍କ ସୁଅ


ପୁରୀ:ଆଜି ଜନ୍ମବେଦୀକୁ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି । ଗତକାଲିଠୁ ଶରଧା ବାଲିରେ ପହଞ୍ଚିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କରିବାକୁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟୁଛି । ଆଜି ଆଡ଼ପ ମଣ୍ଡପ ବିଜେ କରିବେ ଶ୍ରୀଜୀଉ ।

ଗତକାଲି ସନ୍ଧ୍ୟା ପୂର୍ବରୁ ଗୁଣ୍ଡିଚା ମନ୍ଦିର ସାମ୍ନା ଶରଧାବାଲିରେ ଲାଗିଥିଲା ତିନି ରଥ । ରଥ ଉପରେ ବିରାଜମାନ ଅଛନ୍ତି ଶ୍ରୀଜିଉ । ସେହି ରଥ ଉପରେ ହିଁ ଠାକୁରମାନଙ୍କ ଦୈନ୍ୟଦିନ ନୀତିକାନ୍ତି ଓ ଭୋଗ ଲାଗି ହେଉଛି । ରଥ ଉପରେ ସନ୍ଧ୍ୟା ଧୂପ ସରିବା ପରେ ଶ୍ରୀଜିଉମାନଙ୍କୁ ଗୋଟି ପହଣ୍ଡିରେ ଗୁଣ୍ଡିଚା ମନ୍ଦିରକୁ ନିଆଯିବ । ଆସନ୍ତା କାଲିଠୁ ମିଳିବ ଆଡ଼ପ ଅବଢ଼ା । ତାସହ ଜନ୍ମବେଦୀରେ ଠାକୁରଙ୍କ ଦର୍ଶନ କରିବାକୁ ଭକ୍ତଙ୍କୁ ସୁଯୋଗ ମିଳିବ ।ଗତକାଲି ରଥ ଟାଣିବାର ସୁଯୋଗ ପାଇନଥିବା ଭକ୍ତମାନେ ଆଜି ରଥାରୁଢ଼ ଶ୍ରୀଜିଉଙ୍କ ଦର୍ଶନ କରୁଛନ୍ତି ।

ଦୀର୍ଘ ୨ ବର୍ଷରେ ରଥଯାତ୍ରାରେ ସାମିଲ ହେବାକୁ ଭକ୍ତଙ୍କୁ ଅନୁମତି ମିଳିଥିବାରୁ ଗତକାଲି ଲୋକାରଣ୍ୟ ହୋଇ ଯାଇଥିଲା ବଡ଼ଦାଣ୍ଡ। ହୁଳହୁଳି ଓ ହରିବୋଲ ଧ୍ୱନିରେ ପ୍ରକମ୍ପିତ ହୋଇଥିଲା ଶ୍ରୀକ୍ଷେତ୍ର। ଭୋର ୩ଟାରୁ ମଙ୍ଗଳ ଆଳତି ସରିବା ପରେ ସକାଳ ୬ଟା ୧୫ରେ ପହଣ୍ଡି ଆରମ୍ଭ ଓ ମଧ୍ୟାହ୍ନ ୧୨ଟା ୩୫ରେ ରଥ ଭିଡ଼ା ଆରମ୍ଭ ହୋଇଥିଲା। ସନ୍ଧ୍ୟା ୬ଟା ବେଳକୁ ସମସ୍ତ ୩ ରଥ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ଲାଗିଥିଲା।

Leave a Reply

Your email address will not be published. Required fields are marked *