Pratidin TV

Odisha's Digital News Platform

ନୟାଗଡ଼ର ଫତେଗଡ ପାହାଡ ଉପରେ ନବ ନିର୍ମିତ ରାମ ମନ୍ଦିରରୁ ଚୋରୀ…..ସୁନା ଅଳଙ୍କାର ସହିତ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୁତ୍ତ

1 min read

ବିଳମ୍ୱିତ ରାତିରେ ମନ୍ଦିର ହୁଣ୍ଡି ଭାଙ୍ଗି ଟଙ୍କା ସୁନା ରୂପା ଲୁଟିନେଲେ ଦୁର୍ବୃତ୍ତ। ଏପରି କାଣ୍ଡ ନୟାଗଡ ଜିଲ୍ଲା ଫତେଗଡ ଥାନା ଫତେଗଡ ଗିରିଗୋବର୍ଦ୍ଧନ ପାହାଡ ଉପରେ ନବନିର୍ମିତ ଶ୍ରୀରାମ ମନ୍ଦିରରେ ହୋଇଛି | ତେବେ ରାମ ମନ୍ଦିର ହୁଣ୍ଡି ଭାଙ୍ଗି ଟଙ୍କା ସୁନା ରୁପା ଚୋରୀ ହୋଇଥିବା ଅଭିଯୋଗ ହୋଇଛି । ମନ୍ଦିର ହୁଣ୍ଡି ଭାଙ୍ଗି ଟଙ୍କା ସୁନା ରୂପା ଲୁଟି ନେଇଛନ୍ତି ଦୁର୍ବୃତ୍ତ ।

ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତ ଚୋରୀ କରିଥିବା ସୂଚନା ମିଳିଛି। ଚୋରୀ କରି ଦୁର୍ବୃତ୍ତ ଫେରାର ହୋଇଥିବା ବେଳେ ଘଟଣାସ୍ଥଳରେ ଫାତେଗଡ ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି । ସୂଚନା ଅନୁଯାୟୀ ସକାଳୁ ମନ୍ଦିର ପୂଜାରୀ ପୂଜା କରିବାକୁ ଆସିଥିବା ବେଳେ ମୁଖ୍ୟ ଫାଟକ ତାଲା ଭଙ୍ଗା ଯାଇଥିବା ଦେଖିବାକୁ ପାଇଥିଲେ ଏବଂ ଭିତର ହୁଣ୍ଡି ଭଙ୍ଗା ଯାଇଥିବା ଦେଖିବାକୁ ପାଇଥିଲେ। ତେବେ ହୁଣ୍ଡିରେ ଭକ୍ତ ଦାନ ଦେଇଥିବା ଟଙ୍କା, ସୁନା, ରୂପା ଏବଂ ଅନ୍ୟାନ୍ୟ ଜିନିଷକୁ ଦୁର୍ବୃତ୍ତମାନେ ଚୋରୀ କରି ଫେରାର ହୋଇଯାଇଥିବା ଜଣାପଡ଼ିଛି। ତେବେ ମନ୍ଦିର କମିଟି ପକ୍ଷରୁ ଫତେଗଡ ଥାନାରେ ଅଭିଯୋଗ କରାଯାଇଥିବା ବେଳେ ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Advertisement

Leave a Reply

Your email address will not be published. Required fields are marked *