Pratidin TV

Odisha's Digital News Platform

ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା , ବଢିଲା ଗଣ ଶିକ୍ଷକଙ୍କ ଦରମା ..

1 min read

ରାଜ୍ୟର ଗଣ ଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ବଡ ଉପହାର । ଗଣ ଶିକ୍ଷକ ମାନଙ୍କ ପାଇଁ ନେଲେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟର ୧୨,୧୧୩ ଜଣ ଗଣଶିକ୍ଷକ ଉପକୃତ ହେବେ । OTET ପାସ କରିଥିବା ଗଣଶିକ୍ଷକ ମାନଙ୍କୁ ସହକାରୀ ଶିକ୍ଷକ ବା ଏକ୍ସ କ୍ୟାଡର ଭାବେ ନିୟମିତ କରାଯିବ । ଏହି ଐତିହାସିକ ନିଷ୍ପତ୍ତି ଦ୍ୱାରା ରାଜ୍ୟର ୧ ହଜାର ୪୭୨ ଗଣଶିକ୍ଷକ ଉପକୃତ ହୋଇଛନ୍ତି । ସେହିପରି OTET ପାସ କରିନଥିବା ଗଣଶିକ୍ଷକଙ୍କ ମାସିକ ପାରିତୋଷିକ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର ।

ମାସିକ ପାରିତୋଷିକ ୭ ହଜାର ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ଏହାଦ୍ୱାରା ୧ ହଜାର ୧୨୧ ଜଣ ଗଣଶିକ୍ଷକ ଉପକୃତ ହୋଇଛନ୍ତି । ଏହାସହିତ ଯେଉଁ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନକ୍ରିମେଣ୍ଟ ମିଳୁ ନାହିଁ, ସେମାନଙ୍କ ମଧ୍ୟରୁ ଓଟିଇଟି ପାସ କରିଥିବା ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନକ୍ରିମେଣ୍ଟ ପ୍ରଦାନ କରାଯିବ । ଏହାଦ୍ୱାରା ୯୫୨୦ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ଉପକୃତ ହେବେ । ସୂଚନାଯୋଗ୍ୟ ଯେ ୫-T ତଥା ନବୀନ ଓଡିଶା ଅଧ୍ୟକ୍ଷ ଓ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଗଣଶିକ୍ଷକ ମାନେ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ । ଏହି ପ୍ରସ୍ତାବକୁ ବିଚାରକୁ ନେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

Advertisement

Leave a Reply

Your email address will not be published. Required fields are marked *