Pratidin TV

Odisha's Digital News Platform

ସାଲୁଗା ପ୍ରଧାନ ହେଲେ ବିଧାନସଭାର ନୂଆ ଉପବାଚସ୍ପତି..

1 min read

ଭୁବନେଶ୍ୱର : ପ୍ରତୀକ୍ଷାର ଅନ୍ତ ଘଟାଇ ନିର୍ଦ୍ୱନ୍ଦରେ ନୂଆ ଉପବାଚସ୍ପତି ହେଲେ ସାଲୁଗା ପ୍ରଧାନ । ଏନେଇ ବିଧିବଦ୍ଧ ଭାବେ ଘୋଷଣା କଲେ ବାଚସ୍ପତି ପ୍ରମିଳା ମଲ୍ଲିକ ।୨୦୦୦ରୁ ୨୦୦୪ ଓ ୨୦୧୯ରେ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି ସାଲୁଗା । ବିଧାନସଭାର ମଧ୍ୟ ତାଙ୍କ ପାଖରେ ଅଭିଜ୍ଞତା ରହିଛି । ଚଳିତ ମାସ ୪ ତାରିଖରେ ହିଁ ସାଲୁଗାଙ୍କୁ ଦଳ କନ୍ଧମାଳ ଜିଲ୍ଲା ବିଜେଡି ସଭାପତି ଭାବେ ନିଯୁକ୍ତ କରିଥିଲା । ବର୍ତ୍ତମାନ ପୁଣି ସେ ଉପବାଚସ୍ପତି ଭାବେ ନିଯୁକ୍ତ ହୋଇଛନ୍ତି । ଗତକାଲି ଉପ-ବାଚସ୍ପତି ପଦ ପାଇଁ ନାମାଙ୍କନପତ୍ର ଦାଖଲ କରିଥିଲେ ସାଲୁଗା ପ୍ରଧାନ । ନିଦ୍ୱନ୍ଦ୍ୱରେ ଉପ-ବାଚସ୍ପତିଙ୍କୁ ନିର୍ବାଚିତ କରିଥିବାରୁ ଗୃହର ସମସ୍ତ ସଦସ୍ୟଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜି-ଉଦୟଗିରିର ବିଧାୟକ ହେଉଛନ୍ତି ସାଲୁଗା ପ୍ରଧାନ । ଏହାପୂର୍ବରୁ ଉପ-ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ରଜନୀକାନ୍ତ ସିଂ । ପରେ ଉପ-ବାଚସ୍ପତି ପ୍ରାର୍ଥୀ ଭାବେ ସାଲୁଗା ପ୍ରଧାନଙ୍କ ନାଁ ଘୋଷଣା କରିଥିଲା ବିଜେଡି । ଜି. ଉଦୟଗିରି ବିଧାନସଭା ଆସନରୁ ସେ ପ୍ରଥମେ ୨୦୦୦ ମସିହାରେ ଏବଂ ଏହାପରେ ୨୦୧୯ ମସିହାରେ ନିର୍ବାଚିତ ହୋଇଛନ୍ତି । ସୂଚନାଯୋଗ୍ୟ, ଗତ ୮ ତାରିଖରେ ଉପବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ରଜନୀକାନ୍ତ ସିଂହ । ସେବେଠୁ ଉପବାଚସ୍ପତି ପଦ ଖାଲି ରହିଥିଲା ।

Advertisement

Leave a Reply

Your email address will not be published. Required fields are marked *