ସମ୍ବଲପୁରୀ ଗାୟିକା ରୁକ୍ ସନା ବାନୋଙ୍କ ପରଲୋକ , ପରିବାର ଆଣିଲେ ସଙ୍ଗୀନ ଅଭିଯୋଗ…
1 min readହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ସମ୍ବଲପୁରୀ ଗାୟିକା ରୁକ୍ ସନା ବାନୋଙ୍କ ମୃତୁୁ୍ୟ ଘଟିଛି । ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । କିନ୍ତୁ ଅନ୍ୟପଟେ ଏନେଇ ରୁକ ସନାଙ୍କ ପରିବାର ଆଣିଛି ସଙ୍ଗୀନ ଅଭିଯୋଗ । ଝିଅକୁ ସ୍ଲୋ ପଏଜନ ଦେଇ ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି ।
ମିଳିଥିବା ସୂଚନା ଅନୁଯାୟୀ ୧୫ ଦିନ ତଳେ ବଲାଙ୍ଗିରରେ ସୁଟିଂ ବେଳେ ରୁକ୍ ସନା ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ପ୍ରଥମେ ଭବାନୀପାଟଣା ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ କଲେଜ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ବରଗଡ଼ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଥିବା ବେଳେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ଘଟିଛିା ତେବେ କେଉଁ କାରଣ ପାଇଁ ରୁକ ସନାଙ୍କ ମୃତ୍ୟୁ ଘଟିଛି ଏନେଇ ଏମ୍ସ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନାହିଁ ।