Pratidin TV

Odisha's Digital News Platform

ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ ଅଭୟlରଣ୍ୟ..

1 min read

ପର୍ଯ୍ୟଟକଙ୍କ ପାଇଁ ଆଜିଠୁ  ଖୋଲିଲା ଶିମିଳିପାଳ ଅଭୟlରଣ୍ୟ ।  ଶିମିଳିପାଳରେ ପୂଜା ଛୁଟିର ମଜା ନେବେ ପର୍ଯ୍ୟଟକ। ରାଜ୍ୟ, ଦେଶ ତଥା ବିଦେଶରୁ ପ୍ରତିବର୍ଷ ଶହ ଶହ ପର୍ଯ୍ୟଟକ ଶିମିଳିପାଳର ବନ୍ୟ ଜୀବଜନ୍ତୁଙ୍କୁ ଦେଖିବା ସହ ନଦୀ, ଝରଣା, ପ୍ରପାତ ତଥା ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିଥାନ୍ତି।

ପ୍ରତିବର୍ଷ ନଭେମ୍ବର ୧ ତାରିଖ ଠାରୁ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ମଧ୍ୟକୁ ପର୍ଯ୍ୟଟକଙ୍କ ପ୍ରବେଶ ପାଇଁ ଅନୁମତି ଦିଆଯାଇଥାଏ। କିନ୍ତୁ ଏଥର ୨୦ଦିନ ପୂର୍ବରୁ ଅର୍ଥାତ୍ ଆଜି (ଗୁରୁବାର)ଠାରୁ ପର୍ଯ୍ୟଟକଙ୍କ ଲାଗି ଶିମିଳିପାଳ ଅଭୟାରଣ୍ୟ ଖୋଲାଯିବା ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥର ପର୍ଯ୍ୟଟକମାନେ ଦୁର୍ଗାପୂଜାରେ ଶିମିଳିପାଳ ଭ୍ରମଣ ସହିତ ରାତ୍ରିଯାପନର ସୁବିଧା ପାଇପାରିବେ।

Advertisement

Leave a Reply

Your email address will not be published. Required fields are marked *