Pratidin TV

Odisha's Digital News Platform

ବିଜେପିରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର , ଶଙ୍ଖ ଛାଡି ଧରିଲେ ପଦ୍ମ ।

1 min read

ଶଙ୍ଖ ଛାଡି ପଦ୍ମ ଧରିଲେ ସିଦ୍ଧାନ୍ତ ମହାପାତ୍ର । ଏହା ସହ ଭର୍ତ୍ତୃହରି ମହତାବ ଓ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା ମଧ୍ୟ ଆଜି ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ତିନିଜଣ ଯାକ ପଦ୍ମ ଧରିଛନ୍ତି। ଗତ ୨୨ ତାରିଖରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ।

ତେବେ ବିଜେଡି ଟିକେଟରେ ବ୍ରହ୍ମପୁରରୁ ଦୁଇ ଥର ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ସିଦ୍ଧାନ୍ତ ମହାପାତ୍ର। ୨୦୦୯ ଓ ୨୦୧୪ ସାଧାରଣ ନିର୍ବାଚନରେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ଚନ୍ଦ୍ରଶେଖର ସାହୁଙ୍କୁ ପରାସ୍ତ କରିଥିଲେ। ତେବେ ୨୦୧୯ ନିର୍ବାଚନରେ ବିଜେଡି ସିଦ୍ଧାନ୍ତ ମହାପାତ୍ରଙ୍କୁ ଟିକେଟ୍ ଦେଇନଥିଲା। ତେବେ ଆଜି ଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ ସିଦ୍ଧାନ୍ତ ପଦ୍ମ ଧରିଛନ୍ତି।

Advertisement

ତେବେ ଭର୍ତ୍ତୁହରି ବିଜୁ ଜନତା ଦଳରୁ ନିଜର ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ । କଟକ ଲୋକସଭା ନିର୍ବାଚନ ମଣ୍ଡଳୀରୁ ୧୯୯୮ରେ ପ୍ରଥମ ଥର ନିର୍ବାଚିତ ହୋଇଥିଲେ । ପରେ ୧୯୯୯, ୨୦୦୪, ୨୦୦୯, ୨୦୧୪ ଏବଂ ୨୦୧୯ରୁ ଲଗାତର ଭାବେ ଲୋକସଭାକୁ ୬ ନିର୍ବାଚିତ ହୋଇଥିଲେ ।

Leave a Reply

Your email address will not be published. Required fields are marked *