ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜସିଂ ଚୌହାନ ଆଜି କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ସାମିଲ ହୋଇଛନ୍ତି । ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦୀ ଶପଥ ନେବା ପରେ ଶିବରାଜ ସିଂ ଚୌହାନ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ତାଙ୍କୁ କେଉଁ ମନ୍ତ୍ରଣାଳୟ ମିଳିବ ସେ ନେଇ କିଛି ସ୍ପଷ୍ଟ ହୋଇନାହିଁ ।