Pratidin TV

Odisha's Digital News Platform

ସାପ କାମୁଡାରେ ଗୁରୁତର ମାଆ, ଆଖିବୁଜିଲା ଦେଢ ବର୍ଷର ଶିଶୁ….

ଉଦଳା : ରାଜ୍ୟରେ ବଢୁଛି ସାପ କାମୁଡା । ସାପ କାମୁଡାରେ ଗୁରୁତର ହେଲା ମାଆ, ଚାଲିଗଲା ଦେଢ ବର୍ଷ ଶିଶୁ ପୁତ୍ରର ଜୀବନ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଶରତ ଥାନା କଟୁରିଆ ଗ୍ରାମରେ ।

କଟୁରିଆ ଗ୍ରାମର ମିନତୀ ମହାକୁଡ ନିଜର ଦେଢ ବର୍ଷର ଶିଶୁପୁତ୍ରକୁ ଧରି ଗତକାଲି ରାତିରେ ଘରେ ଶୋଇଥିଲେ । ହେଲେ ହଠାତ୍ ବିଳମ୍ବିତ ରାତିରେ ଏକ ବିଷାକ୍ତ ଚିତି ସାପ ଆସି ଉଭୟ ମା ଏବଂ ପୁଅକୁ କାମୁଡିଥିଲା । ମିନତୀଙ୍କ ସ୍ୱାମୀ ଏବଂ ପରିବାର ଲୋକେ ଏହା ଜାଣି ଆଜି ସକାଳ ସମୟରେ ଉଭୟ ମା ଏବଂ ପୁଅକୁ ଚିକିତ୍ସା ନିମନ୍ତେ ଉଦଳା ଡାକ୍ତରଖାନାରେ ଭର୍ତି କରିଥିଲେ । ହେଲେ ଡାକ୍ତରଖାନାରେ ଦେଢ ବର୍ଷ ଶିଶୁପୁତ୍ରର ମୃତ୍ୟୂ ହୋଇଥିବା ବେଳେ ମାଆ ମିନତୀଙ୍କ ଅବସ୍ଥା ଗୁରୁତର ରହିଥିଲା । ପରେ ମିନତୀଙ୍କୁ ବାରିପଦା ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି ।

Leave a Reply

Your email address will not be published. Required fields are marked *