Pratidin TV

Odisha's Digital News Platform

୨୪ ଘଣ୍ଟାରେ ବାତ୍ୟା , ଘରୁ ନବାହାରିବାକୁ ପରାମର୍ଶ ଜାରୀ ….

1 min read

ଭୁବନେଶ୍ୱର ; ବଙ୍ଗୋପସାଗରରେ ଅବପାତର ରୂପ ନେଲା ଲଘୁଚାପ । ଗତ ୬ଘଣ୍ଟାରେ ଘଣ୍ଟା ପ୍ରତି ୧୩ କିମି ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଗତକାଲିର ଅବପାତ ଆହୁରି ଘନୀଭୂତ ହୋଇ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଗଭୀରଅବପାତ ରେ ପରିଣତ ହୋଇଛି । ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏକ ବାତ୍ୟା ରେ ପରିଣତ ହେବ । ଏହା ଉତର ପଶ୍ଚିମ ଦିଗରେ ଗତି କରି ୪ ତାରିଖ ବେଳକୁ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଉତର ତାମିଲନାଡୁ ଉପକୂଳରେ ପହଂଚିବ । ଏହା ପରେ ଉତର ପଶ୍ଚିମ ଦିଗରେ ଗତି କରି ୫ ତାରିଖ ପୂର୍ବାହ୍ନରେ ଆନ୍ଧ୍ର ଉପକୂଳର ନେରୋଲ ଓ ମଛଲିପଟନମ୍ ଅତିକ୍ରମ କରିବା ସମ୍ଭାବନା ରହିଛି । ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା କାଲି ୩ ତାରିଖରୁ ୭ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ୫ ରୁ ବଢିବ ବର୍ଷାର ବିସ୍ତୃତି,ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳବର୍ଷା ସମ୍ଭାବନା ରହିଛି । ବର୍ଷା ନେଇ ଆଂଚଳିକ ପାଣିପାଗ କେନ୍ଦ୍ର ସତର୍କ କରିଛି ।

ଆସନ୍ତାକାଲି ୪ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ ରହିଛି । ଏବଂ ୮ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ଆଶଙ୍କା ରହିଛି । ୪ତାରିଖରେ ସେହିପରି ରାଜ୍ୟର ୫ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଂଜାମ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ସେହିପରି ୫ତାରିଖ ପାଇଁ ୫ଟି ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଓ ୬ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଂଜାମକୁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହାପରେ ନବରଙ୍ଗପୁର, କଳାହାଣ୍ଡି, ପୁରୀ, ନୟାଗଡ଼, ଖୋର୍ଦ୍ଧା ଓ କନ୍ଧମାଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *