Pratidin TV

Odisha's Digital News Platform

ଖାତାକୁ ଆସିଲା ସୁଭଦ୍ରା ଟଙ୍କା , ଶୀଘ୍ର କରନ୍ତୁ ଆକାଉଣ୍ଟ ଚେକ୍ …

1 min read

ପ୍ରଥମ ପର୍ଯ୍ୟାୟର ୨ୟ କିସ୍ତି । ମହିଳାଙ୍କୁ ମିଳିଲା ସୁଭଦ୍ରା ଜରିଆରେ ଦଶହରା ଭେଟି । ଆଜି ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଟଙ୍କା ଆସିଯାଇଛି । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ସୂଚାନ ଦେଇଥିଲେ ।

ଯଦି ଆଶାୟୀ ମହିଳାମାନେ ଅକ୍ଟୋବର ୭ ସୁଦ୍ଧା ଆପ୍ଲାଏ କରିଥିବେ , ସେମାନଙ୍କ ଆକାଉଣ୍ଟକୁ ଆଜି ଟଙ୍କା ଆସିବ। ଯଦି ଟଙ୍କା ଆସିନାହିଁ ତେବେ ସୁଭଦ୍ରା ଯୋଜନା ଫର୍ମରେ ଥିବା ଆପ୍ଲିକେସନ ନମ୍ବର ରସିଦ ନେଇ ଜନ ସେବା କେନ୍ଦ୍ରରେ ନିଜର ଷ୍ଟାଟସ ଦେଖନ୍ତୁ । ଯାହା ଫଳରେ ଆପଣଙ୍କ ଆବେଦନ ପେଣ୍ଡିଙ୍ଗ ଅଛି କି ରିଜେକ୍ଟ ହୋଇଛି ଜଣା ପଡିବ। ଯେଉଁମାନେ ଆବେଦନ କରିଛନ୍ତି ସରକାର ସମସ୍ତଙ୍କର ଭେରିଫିକେସନ କରିବେ। ଯଦି ପ୍ରଥମ କିସ୍ତି ଯାଇ ନ ଥିବ ତେବେ ମାର୍ଚ୍ଚ ୮ରେ ସମସ୍ତଙ୍କୁ ଏକକାଳୀନ ୨ଟି କିସ୍ତି ଟଙ୍କା ମିଳିବ।

Advertisement

କେଉଁମାନେ ପାଇବେନି ସୁଭଦ୍ରା ଟଙ୍କା –
ସୁଭଦ୍ରାର ଫର୍ମ ପୂରଣବେଳେ ତାର ପଞ୍ଜିକରଣ ଫର୍ମ ସହ ଆପଣଙ୍କୁ କିଛି ଜରୁରୀ ଡକ୍ୟୁମେଣ୍ଟ ଦେବାକୁ ପଡିବ। ଯଦି ଆପଣ ଏହି ଦରକାରୀ ଡକ୍ୟୁମେଣ୍ଟ ଦାଖଲ କରି ନ ଥିବେ ଓ ଫର୍ମରେ ଠିକ ସୂଚନା ଦେଇ ନଥିବେ ତେବେ ଆପଣଙ୍କ ଆବେଦନ କଟି ଯାଇପାରେ। ଏହାପରେ ବି ଆପଣ ପୁନଃ ଆବେଦନ କଲେ ଆପଣଙ୍କୁ ଟଙ୍କା ମିଳିବ ନାହିଁ। ଆବେଦନକାରୀଙ୍କ ନାଁରେ ଆଧାର କାର୍ଡ ଓ କାର‌୍ୟ୍ୟକ୍ଷମ ବ୍ୟାଙ୍କ ଆକାଉଣ୍ଟ ଥିବା ଆବଶ୍ୟକ । ବ୍ୟାଙ୍କ ସହ ଆଧାର ସଂଯୋଗ ହୋଇଥିବା ଜରୁରୀ। ତା’ସହିତ ହିତାଧିକାରୀଙ୍କ ମୋବାଇଲ ନମ୍ବରଟି ମଧ୍ୟ ଆଧାର କାର୍ଡ ସହ ଲିଙ୍କ ହୋଇଥିବା ଆବଶ୍ୟକ। ଏଥିସହ ସୁଭଦ୍ରା ଫର୍ମ ଦାଖଲବେଳେ ଆପଣଙ୍କୁ ଆଧାରର ଜେରକ୍ସ ସହ ରାସନ କାର୍ଡ ଓ କାର୍ଯ୍ୟକ୍ଷମ ବ୍ୟାଙ୍କ ଆକାଉଣ୍ଟ ଖାତାର ଜେରକ୍ସ ଦାଖଲ କରିବା ଜରୁରୀ। ଏଥିସହ ବାୟୋମେଟ୍ରିକ ବି ସଠିକ ଭାବେ ଦେଇଥିବା ଦରକାର।

Leave a Reply

Your email address will not be published. Required fields are marked *