Pratidin TV

Odisha's Digital News Platform

ମୁଖ୍ୟମନ୍ତ୍ରୀ ଦେଲେ ବଡ଼ ସୂଚନା , ଦଶହରାରେ ମିଳିପାରେ ସୁଭଦ୍ରା ଯୋଜନ ଟଙ୍କା ..

1 min read

ଦଶହରାରେ ମିଳିପାରେ ସୁଭଦ୍ରା ଯୋଜନ ଟଙ୍କା । ଏନେଇ  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦେଇଛନ୍ତି  ବଡ଼ ସୂଚନା ।ଆଗକୁ ମହିଳାଙ୍କ ଉତ୍ସବ ଆସୁଛି, ଏଥିରେ ସୁଭଦ୍ରା ଟଙ୍କା ଦିଆଯିବ । ପର୍ଯ୍ୟାୟ କ୍ରମେ ୧ କୋଟି ମହିଳାଙ୍କୁ ସରକାର ସୁଭଦ୍ରା ଟଙ୍କା ଦେବେ । ଏଥିସହିତ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆସନ୍ତା ୨୦୨୫ ମାର୍ଚ୍ଚ ୮ ତାରିଖ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଦିଆଯିବ । କିନ୍ତୁ ଦ୍ବିତୀୟ କିସ୍ତି ଏକକାଳୀନ ମହିଳା ଦିବସରେ ପ୍ରଦାନ କରାଯିବ।

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବୁଧବାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି, କିଛି ଦିନ ଭିତରେ ସୁଭଦ୍ରା ଯୋଜନାରେ ଆଉ ୨୫ ଲକ୍ଷ ମହିଳାଙ୍କୁ ସହାୟତା ରାଶି ମିଳିବ । ପର୍ଯ୍ୟାୟକ୍ରମେ ମୋଟ୍‌ ୧ କୋଟି ମହିଳାଙ୍କୁ ସୁଭଦ୍ରା ସହାୟତା ଦିଆଯିବ । ସୁଭଦ୍ରା ଯୋଜନାରେ ଏ ପର୍ଯ୍ୟନ୍ତ ୯୨ ଲକ୍ଷ ଆବେଦନ କରିସାରିଲେଣି। ଆଉ ସପ୍ତାହେ ଭିତରେ ଏହା ୧ କୋଟିରେ ପହଞ୍ଚିବ। ୧ କୋଟି ମହିଳାଙ୍କୁ ସୁନିଶ୍ଚିତ ଟଙ୍କା ମିଳିବ। । ଦୁଇ ଦିନ ପୂର୍ବରୁ ଏ ନେଇ ସମୀକ୍ଷା କରାଯାଇଛି। ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ପ୍ରଥମ କିସ୍ତି ଦିଆଯାଇଛି। ଇ-କଓ୍ବୋଇସି ପାଇଁ ଟିକେ ସମୟ ଲାଗୁଛି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।

Advertisement

Leave a Reply

Your email address will not be published. Required fields are marked *