Pratidin TV

Odisha's Digital News Platform

ପ୍ରମିଳା ମଲ୍ଲିକଙ୍କ ଇସ୍ତଫା ପରେ ସୁଦାମ ମାର୍ଣ୍ଡିଙ୍କ ହାତକୁ ଗଲା ରାଜସ୍ୱ ବିଭାଗ

1 min read

ଭୁବନେଶ୍ୱର : ପ୍ରମିଳା ମଲ୍ଲିକଙ୍କ ଇସ୍ତଫା ପରେ ସୁଦାମ ମାର୍ଣ୍ଡିଙ୍କୁ ମିଳିଲା ନୂଆ ଦାୟିତ୍ୱ । ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ଗୁରୁବାର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ଦାୟିତ୍ୱ ମିଳିଛି । ଅ୍ଧମ ଏହି ଦାୟିତ୍ୱ ମିଳିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୁଦାମ ମାର୍ଣ୍ଡି କୃତଜ୍ଞତା ଜଣାଇଛନ୍ତି । ସୂଚନା ଅନୁଯାୟୀ, ବିଧାନସଭାରେ ବିଜେଡି ପ୍ରାର୍ଥୀ ଭାବେ ବାଚସ୍ପତି ପଦ ପାଇଁ ଗୁରୁବାର ପ୍ରମିଳା ମଲ୍ଲିକ ନାମାଙ୍କନ ଦାଖଲ କରିଛନ୍ତି । ବିକ୍ରମ କେଶରୀ ଆରୁଖଙ୍କୁ ମନ୍ତ୍ରୀ କରାଯିବା ପରେ ଦୀର୍ଘ ଦିନ ଧରି ଖାଲି ପଡ଼ିଥିଲା ବିଧାନସଭାର ବାଚସ୍ପତି ପଦ, ଆସନ୍ତାକାଲି ହେବ ବାଚସ୍ପତି ନିର୍ବାଚନ । ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନ ଭରିଛନ୍ତି ରାଜସ୍ୱମନ୍ତ୍ରୀ ପ୍ରମିଳା ମଲ୍ଲିକ । ପ୍ରମିଳାଙ୍କୁ ଗତକାଲି ଦଳ ପକ୍ଷରୁ ବାଚସ୍ପତି ପ୍ରାର୍ଥୀ ଭାବେ ଘୋଷଣା କରାଯାଇଥିଲା ।

Advertisement

Leave a Reply

Your email address will not be published. Required fields are marked *