Pratidin TV

Odisha's Digital News Platform

ପଦ୍ମ ଧରିବେ ପୂର୍ବତନ ବିଧାୟିକା ସୁନନ୍ଦା ଦାସ….

1 min read

ପଦ୍ମ ଧରିବେ ପୂର୍ବତନ ବିଧାୟିକା ସୁନନ୍ଦା ଦାସ । ନଭେମ୍ବର ୩ ତାରିଖରେ ସେ ବିଜେପି ରେ ମିଶିପାରନ୍ତି ବୋଲି ଅନୁମାନ କରାଯାଉଛି । ଶୁକ୍ରବାର ସୁନନ୍ଦା ଦାସ ବିଜେଡିରୁ ଇସ୍ତଫା ଦେଇଥିଲେ । ଦଳୀୟ କାର୍ଯ୍ୟକ୍ରମ ରେ କୋଣଠେସା କରାଯିବା ସହ ଦଳ ତାଙ୍କୁ ଅଣଦେଖା କରୁଥିବାରୁ ସେ ବାଧ୍ୟ ହୋଇ ବିଜେଡି ଛାଡିଥିବା କହିଥିଲେ ସୁନନ୍ଦା ।

୨୦୧୯ରେ ବିଜେଡି ଟିକେଟରେ ବରୀରୁ ବିଧାୟିକା ହୋଇଥିଲେ ସୁନନ୍ଦା। ତେବେ ୨୦୨୪ରେ ଦଳୀୟ ଟିକେଟରୁ ସେ ବଞ୍ଚିତ ହୋଇଥିଲେ । ବିଶ୍ୱରଞ୍ଜନ ମଲ୍ଲିକଙ୍କୁ ଏଠାରେ ପ୍ରାର୍ଥୀ କରିଥିଲା ଦଳ। ନିର୍ବାଚନ ଫଳାଫଳର ୫ ମାସ ବିତି ଯାଇଥିଲେ ମଧ୍ୟ ଦଳ ତାଙ୍କର ଗୁରୁତ୍ୱ ଅନୁଭବ ନ କରିବାକୁ ଇସ୍ତଫା ଦେଇଥିବା କହିଥିଲେ ସୁନନ୍ଦା ।

Advertisement

ମଙ୍ଗଳବାର ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେବା ପରେ ସୁନନ୍ଦା କହିଛନ୍ତି, ତାଙ୍କର ଟିକେଟ କଟାଯିବା ଏବଂ ନିର୍ବାଚନ ସରିବାର ୫ ମାସ ପରେ ବି ଶଙ୍ଖ ଭବନ ଓ ନବୀନ ନିବାସରେ ହେଉଥିବା ବୈଠକକୁ ତାଙ୍କୁ ଡକା ଯାଉନି। କୌଣସି ଦଳୀୟ କାର୍ଯ୍ୟକ୍ରମରେ ସାମିଲ କରାଯାଉ ନାହିଁ। ସାଙ୍ଗଠନିକ ସମ୍ପାଦକ ବବି ଦାସଙ୍କ ଦ୍ୱାରା ମାନସିକ ଆଘାତ ପାଇବା ଓ ଦଳରେ ତାଙ୍କୁ ଅଣଦେଖା କରାଯିବାରୁ ସେ ବାଧ୍ୟ ହୋଇ ବିଜେଡିରୁ ଇସ୍ତଫା ଦେଇଥିବା କହିଛନ୍ତି ସୁନନ୍ଦା । ତେବେ ତାଙ୍କୁ ଆଗାମୀ ଦିନରେ କେଉଁ ରାଜନୈତିକ ଦଳରେ ଯୋଗ ଦେବେ ବୋଲି ପଚାରିବାରୁ ସେ କହିଛନ୍ତି, ବରୀର ବିକାଶ ତାଙ୍କର ମୂଳ ଲକ୍ଷ୍ୟ। ବିକଶିତ ବରୀ ଗଠନ କ୍ଷେତ୍ରରେ ଯେଉଁ ରାଜନୈତିକ ଦଳ ସହଯୋଗର ହାତ ବଢାଇବ ସେ ଦୁଇ ତିନି ଦିନ ମଧ୍ୟରେ ସେହି ଦଳରେ ଯୋଗ ଦେବେ।

Leave a Reply

Your email address will not be published. Required fields are marked *